ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ତମ ଜନ୍ମ ବାର୍ଷିକୀ: “ଏକତା ପାଇଁ ଦୌଡ଼” ଏବଂ ଶପଥ ଗ୍ରହଣ କାର୍ଯ୍ୟକ୍ରମ ଅନୁଷ୍ଠିତ

କଟକ, (ଓ୍ବାଇଏନଏସ)- ଭାରତର ଲୌହ ପୁରୁଷ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜନ୍ମବାର୍ଷିକୀ ଉପଲକ୍ଷେ ଆଜି କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ଶପଥ ପାଠ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ସଦଭାବନା ସଭାଗୃଠାରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଶିବ ଟପୋ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମସ୍ତ ଅଧିକାରୀ ଓ କର୍ମଚାରମାନଙ୍କୁ ଶପଥ ପାଠ କରାଇବା ସହ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଯେପରି ଭାରତକୁ ଏକତାର ସୁତ୍ରରେ ବାନ୍ଧିଥିଲେ, ସେପରି ଆମେ ମଧ୍ୟ ସଂଗଠିତ ହୋଇ ଭାରତକୁ ଶକ୍ତିଶାଳୀ କରିବା ସହ ସମୃଦ୍ଧ ଜିଲ୍ଲା ଗଠନ ଦିଗରେ ପ୍ରତିବଦ୍ଧ ହେବାକୁ ଆହ୍ୱାନ ଦେଇଥିଲେ। ରାଷ୍ଟ୍ରୀୟ ଏକତା ଦିବସ ଉପଲକ୍ଷେ ଆଜି ସକାଳେ ଜବାହରଲାଲ ନେହେରୁ ଇଣ୍ଡୋର ଷ୍ଟାଡିଅମଠାରେ ଜିଲ୍ଲା କ୍ରୀଡା ବିଭାଗ ପକ୍ଷରୁ ଏକ ଗଣଦୌଡ଼ ଅନୁଷ୍ଠିତ ହୋଇଥିଲା। ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ର, ସ୍ବେଚ୍ଛାସେବୀ, ଯୁବକ, ପୋଲିସ ଓ ପ୍ରଶାସନିକ ଅଧିକାରୀ, କର୍ମଚାରୀ ଏହି ଗଣଦୌଡରେ ସାମିଲ ହୋଇଥିଲେ।
Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ