ଟ୍ରଷ୍ଟ ପକ୍ଷରୁ ମେଧାବୃତ୍ତି ପ୍ରଦାନ
କେନ୍ଦ୍ରାପଡ଼ା,(ଚିତ୍ତ ରଞ୍ଜନ ଦାଶ):ବାଞ୍ଛାନିଧି ଦାସ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଜଣେ ଗରୀବ ମେଧାବୀ ଛାତ୍ରୀଙ୍କୁ ମେଧାବୃତ୍ତି ପ୍ରଦାନ କରାଯାଇଛି। ଟ୍ରଷ୍ଟ ପକ୍ଷରୁ କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଭାଗବତପୁର(ବାଲିଆ)ଗ୍ରାମର ଶିବ ପ୍ରସାଦ ନାୟକଙ୍କ ଝିଅ ଲିପ୍ସା ନାୟକଙ୍କୁ ୩ହଜାର ଟଙ୍କାର ମେଧାବୃତ୍ତି ପ୍ରଦାନ କରାଯାଇଛି। ଟ୍ରଷ୍ଟର ଟ୍ରଷ୍ଟି ଭୁବନମୋହନ ଦାସ ଲିପ୍ସାଙ୍କୁ ଏହି ମେଧାବୃତ୍ତି ପ୍ରଦାନ କରିଛନ୍ତି। ଲିପ୍ସା କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟରେ +୩ ଦ୍ୱିତୀୟ ବର୍ଷ ଛାତ୍ରୀ ଭାବେ ଅଧ୍ୟୟନରତ ଅଛନ୍ତି। ଏଠାରେ ସୂଚନା ଯୋଗ୍ୟ ଯେ ଟ୍ରଷ୍ଟ ପକ୍ଷରୁ ବିଭିନ୍ନ ସମୟରେ ଗରୀବ ମେଧାବୀ ଛାତ୍ରଛାତ୍ରୀଙ୍କୁ ମେଧାବୃତ୍ତି ପ୍ରଦାନ କରାଯିବା ସହ ଚିକିତ୍ସା ସହାୟତା ଏବଂ ବନ୍ୟା, ବାତ୍ୟା, ଅଗ୍ନିକାଣ୍ଡ ଭଳି ପ୍ରାକୃତିକ ବିପର୍ଯ୍ୟୟ ସମୟରେ ମଧ୍ୟ ପିଡିତ ମାନଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଥାଏ।


