ବିଦ୍ୟାଳୟ ସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ

ବନ୍ତ, (ଚାନ୍ଦିନୀ ମହାନ୍ତି): ବନ୍ତ ବ୍ଲକ ପଳାସଗଢିଆସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ବିଦ୍ୟାଳୟ ସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ କନିଷ୍ଠ ଓ ବରିଷ୍ଠ ବିଭାଗରେ ମୋଟ ୧୦୫ ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା। ଏହି ଅବସରରେ ଆୟୋଜିତ ସଭାରେ ଅଧ୍ୟକ୍ଷ ପାର୍ଥ ସୁନ୍ଦର ମହାକୁଡ଼ ସଭାପତିତ୍ବ କରିଥିଲେ। ଏଥିରେ ମୁଖ୍ୟ ଅତିଥି ଭାବେ ଫକୀର ମୋହନ ସ୍ୱୟଂ ଶାସିତ ମହାବିଦ୍ୟାଳୟର ପଦାର୍ଥ ବିଜ୍ଞାନର ସହକାରୀ ପ୍ରଫେସର ଡ଼.ପୂର୍ଣ୍ଣ ଚନ୍ଦ୍ର ପାତ୍ର, ସମ୍ମାନୀତ ଅତିଥି ଭାବେ ଶିକ୍ଷାବିତ ସୁମତୀ ସାହୁ, ଅବସରପ୍ରାପ୍ତ ଶିକ୍ଷକ ଖଗେଶ୍ୱର ପଣ୍ଡା ଯୋଗ ଦେଇ ବକ୍ତବ୍ୟ ପ୍ରଦାନ କରିଥିଲେ। ବିଚାରକ ଭାବେ ସୁବାସ ଚନ୍ଦ୍ର ପଣ୍ଡା, ବିବେକାନନ୍ଦ ପାଣିଗ୍ରାହୀ, ରଶ୍ମୀ ରଞ୍ଜନ ସାମଲ, ଭାଗ୍ୟଶ୍ରୀ ମହନ୍ତ,ଅବିନାଶ ତ୍ରିପାଠୀ ଦାୟିତ୍ୱ ତୁଲାଇଥିଲେ। ଅଧ୍ୟାପକ ସନ୍ତୋଷ କୁମାର ବିଶ୍ୱାଳ କାର୍ଯ୍ୟକ୍ରମ ସଂଯୋଜନା, ଅଧ୍ୟାପକ ପ୍ରହଲ୍ଲାଦ ମହାକୁଡ଼ ସଭା କାର୍ଯ୍ୟ ପରିଚାଳନା, ଶିକ୍ଷକ ରତିକାନ୍ତ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ। କାର୍ଯ୍ୟକ୍ରମ ପରିଚାଳନାରେ ବିଦ୍ୟାଳୟର ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷା କର୍ମଚାରୀ ସହଯୋଗ କରିଥିଲେ।
Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ