ଶିଶୁ ଦିବସରେ କେନ୍ଦ୍ରାପଡା ଡିଏଭି ପବ୍ଲିକ ସ୍କୁଲରେ ବିଜ୍ଞାନ ପ୍ରଦର୍ଶନୀ

କେନ୍ଦ୍ରାପଡ଼ା, (ଚିତ୍ତ ରଞ୍ଜନ ଦାଶ):ଶିଶୁ ଦିବସ ଅବସରରେ କେନ୍ଦ୍ରାପଡା ଡିଏଭି ପବ୍ଲିକ ସ୍କୁଲ ପକ୍ଷରୁ ଏକ ଆକର୍ଷଣୀୟ ବିଜ୍ଞାନ ପ୍ରଦର୍ଶନୀ ଓ ପୁରସ୍କାର ବିତରଣ ଉତ୍ସବ ଆୟୋଜିତ ହୋଇଥିଲା। ଏହି ଉତ୍ସବରେ କେନ୍ଦ୍ରାପଡ଼ା ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ୍ ରଘୁରାମ ଆର. ଆୟର (ଆଇଏଏସ) ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ଡ. ପ୍ରଭାତ ରଞ୍ଜନ ଲେଙ୍କା ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ବିଦ୍ୟାଳୟର ଅଧ୍ୟକ୍ଷ ରଞ୍ଜନ କୁମାର ବିଶ୍ୱାଳ ଅତିଥିମାନଙ୍କୁ ପୁଷ୍ପଗୁଚ୍ଛ ଓ ସ୍ମାରକୀ ପ୍ରଦାନ ପୂର୍ବକ ସ୍ୱାଗତ ଜଣାଇଥିଲେ। ବିଦ୍ୟାଳୟର କୁନି କୁନି ଶିଶୁମାନେ ଫୁଲକଢ଼ି ଦେଇ ଅତିଥିମାନଙ୍କୁ ନିଆରା ଢଙ୍ଗରେ ସ୍ୱାଗତ କରିଥିଲେ। ଏହାପରେ ଜିଲ୍ଲାପାଳ ଶ୍ରୀ ଆୟର ବିଦ୍ୟାଳୟ ପରିସରରେ ଆୟୋଜିତ ବିଜ୍ଞାନ ପ୍ରଦର୍ଶନୀ ପରିଦର୍ଶନ କରି ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ପ୍ରସ୍ତୁତ ବିଭିନ୍ନ ବିଜ୍ଞାନ ଭିତ୍ତିକ ମଡେଲ ଓ ପ୍ରକଳ୍ପଗୁଡ଼ିକୁ ବୁଲି ଦେଖିଥିଲେ। ଛାତ୍ରଛାତ୍ରୀଙ୍କ ସୃଜନଶୀଳତା, ବୈଜ୍ଞାନିକ ଚିନ୍ତାଧାରା ଓ ନୂତନ ଉଦ୍ଭାବନର ମନୋଭାବକୁ ସେ ଉଚ୍ଚ ପ୍ରଶଂସା କରିଥିଲେ। କାର୍ଯ୍ୟକ୍ରମର ଶେଷ ପର୍ଯ୍ୟାୟରେ ଜିଲ୍ଲାପାଳଙ୍କ କରକମଳରେ ବିଭିନ୍ନ ପ୍ରତିଯୋଗିତାର କୃତୀ ଛାତ୍ରଛାତ୍ରୀମାନଙ୍କୁ ପୁରସ୍କାର ଓ ପ୍ରମାଣପତ୍ର ବଣ୍ଟନ କରାଯାଇଥିଲା। ଅଧ୍ୟକ୍ଷ ଶ୍ରୀ ବିଶ୍ୱାଳ ଅତିଥିମାନଙ୍କୁ ସ୍ୱାଗତ କରିବା ସହ ଏଭଳି କାର୍ଯ୍ୟକ୍ରମ ଶିଶୁମାନଙ୍କ ଅନ୍ତର୍ନିହିତ ପ୍ରତିଭା, ଆତ୍ମବିଶ୍ୱାସ ଓ ବୈଜ୍ଞାନିକ ମନୋଭାବର ବିକାଶରେ ସହାୟକ ହୋଇଥାଏ ବୋଲି କହିଥିଲେ। ଏହି କାର୍ଯ୍ୟକ୍ରମର ସଫଳ ଆୟୋଜନରେ ଶିକ୍ଷୟିତ୍ରୀ ପ୍ରଭାସିନୀ ମହାନ୍ତି, ସୁପ୍ରିୟା ବେହେରା, ସୁଭଦ୍ରା ନାୟକ, ସୁନୀତା ରାଉତ, ପଲ୍ଲବୀ ସାହୁ, ମନୋରମା ପରିଜା, ବିଭାବରୀ ବିଶ୍ୱାଳ, ବନ୍ଦିତା ବାଇ, ଶିକ୍ଷକ ଅତିଶରଞ୍ଜନ ଷଡଙ୍ଗୀ, ଶିବ ପ୍ରସା

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ