ବି.କରଡାବାଡି ହାଇ ସ୍କୁଲରେ ଦ୍ବିତୀୟ ପିଏମଶ୍ରୀ ବାର୍ଷିକ ଉତ୍ସବ

ବୁଗୁଡା, (ଅନୀଲ କୁମାର ମହାରଣା): ଗଞ୍ଜାମ ଜିଲ୍ଲାର ବୁଗୁଡା ବ୍ଲକ ଅନ୍ତର୍ଗତ ବି.କରଡ଼ାବାଡ଼ି ଗ୍ରାମର ପିଏମ ଶ୍ରୀ ସର୍ଦ୍ଦାର ଅନ୍ତର୍ଯ୍ୟାମୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ଦ୍ଵିତୀୟ ପିଏମ ଶ୍ରୀ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଗଣେଶ ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପିଏମ ଶ୍ରୀ ଦ୍ଵିତୀୟ ବାର୍ଷିକ ଉତ୍ସବରେ ରାଜ୍ୟ ସରକାରଙ୍କ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ଏବଂ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗର ମାନ୍ୟବର ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ। ମନ୍ତ୍ରୀ ଶ୍ରୀ ମଲ୍ଲିକ ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କ ଶିକ୍ଷା ନୀତି ବିଷୟରେ ଆଲୋକପାତ କରିବା ସହ ଚରିତ୍ରବାନ ଓ ଉତ୍ତମ ନାଗରିକ ହେବାକୁ ପରାମର୍ଶ ଦେଇଥିଲେ। ମୁଖ୍ୟବକ୍ତା ଭାବେ ବୁଗୁଡା ବିଇଓ ଚିନ୍ମୟ ମହାପାତ୍ର ଏବଂ ସମ୍ମାନିତ ଅତିଥି ଭାବେ ସେବା ନିବୃତ୍ତ ପ୍ରଧାନ ଶିକ୍ଷକ ଗୋପାଳ ଚନ୍ଦ୍ର ନାୟକ, ପ୍ରାକ୍ତନ ପ୍ରଧାନ ଶିକ୍ଷକ ପ୍ରକାଶ ଚନ୍ଦ୍ର ନାୟକ, ସମାଜସେବୀ ବଂଶୀଧର ନାୟକ, ସରପଞ୍ଚ ଡି ଚାନ୍ଦିନୀ ଆଚାରୀ, ସମିତି ସଭ୍ୟା ପ୍ରିୟଙ୍କା ସେଠୀ, ସିଆରସିସି ଦେବଦତ୍ତ ମହାନ୍ତି, ଏସଏମସି ସଭାନେତ୍ରୀ ହରପ୍ରିୟା ପ୍ରଧାନ, ଉପସଭାପତି ଅଜିତ କୁମାର ଦାସ, ବିନାୟକ ପ୍ରଧାନ ଓ କମିଟିର ସଦସ୍ୟ ସଦସ୍ୟା ବୃନ୍ଦ ଯୋଗଦେଇଥିଲେ। ଅତିଥିମାନେ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀମାନଙ୍କୁ ପୁରସ୍କାର ପ୍ରଦାନ କରିଥିଲେ। ବିଦ୍ୟାଳୟର ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ ଓ କର୍ମଚାରୀ ବୃନ୍ଦ ସହଯୋଗ କରିଥିବା ବେଳେ ଶେଷରେ ଛାତ୍ରଛାତ୍ରୀଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।
Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ