ପାର୍ବଣ ପାଇଁ ଭୁବନେଶ୍ୱରରେ ସୁରକ୍ଷା କଡ଼ାକଡ଼ି

ଭୁବନେଶ୍ୱର (ସମୀର ରଞ୍ଜନ ନାୟକ ): ଦୁର୍ଗାପୂଜା ପାଇଁ କଟକ-ଭୁବନେଶ୍ୱରରେ ସୁରକ୍ଷା କଡାକଡି କରାଯାଇଛି । ସାମ୍ବାଦିକ ସମ୍ମିଳନୀରେ ପୁଲିସ କମିଶନରଙ୍କ ସୂଚନା ଦେଇ କହିଛନ୍ତି ଏଥର ଟ୍ୱିନସିଟିରେ ୬୧ପ୍ଲାଟୁନ ଫୋର୍ସ ମୁତୟନ ହୋଇଛନ୍ତି । ପୁଲିସ କର୍ମଚାରୀଙ୍କ ସହିତ ୨୦ପ୍ଲାଟୁନ୍‍ ହୋମଗାର୍ଡ ମୁତୟନ ହୋଇଛନ୍ତି । ମୋଟ ୧୯୩ ମଣ୍ଡପରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ୨୪ଟି ମଣ୍ଡପରେ ଅଳଙ୍କାର ସୁରକ୍ଷା ବ୍ୟବସ୍ଥା ହୋଇଛି ।  ପେଣ୍ଡାଲରେ ଅଳଙ୍କାର ସୁରକ୍ଷା ବ୍ୟବସ୍ଥା ହୋଇଛି। ବିଦ୍ୟୁତ୍ ଓ ନିଆଁରୁ ରକ୍ଷା କରିବାକୁ ବିଶେଷ ପଦକ୍ଷେପ ନିଆଯାଇଛି। ଭିଡ଼ ଓ ଟ୍ରାଫିକ ନିୟନ୍ତ୍ରଣ ଉପରେ ଗୁରୁତ୍ୱ ଦିଆଯାଉଛି। ସେହିପରି ଡ୍ରୋନ୍ ସହାୟତାରେ ମଣ୍ଡପ ଉପରେ ତୀକ୍ଷ୍ଣ ନଜର ରଖାଯାଇଛି। ସ୍ମାର୍ଟ କଣ୍ଟୋଲ୍ ରୁମ୍ ଜରିଆରେ ପାର୍ବଣ ପରିଚାଳନା କରାଯିବା ସହ ସିସିଟିଭି ନଜରରେ ରହିଛି ସବୁ ପୂଜା ମଣ୍ଡପ। ତେବେ ଏନେଇ ସମସ୍ତଙ୍କ ସହଯୋଗ ଲୋଡ଼ିଲେ CP ଏସ୍. ଦେବଦତ୍ତ ସିଂ।ଅନ୍ୟପଟେ କଟକ ଦୁର୍ଗାପୂଜା ପାଇଁ ସହରରେ ସ୍ୱତନ୍ତ୍ର ଟ୍ରାଫିକ୍ ବ୍ୟବସ୍ଥା କରାଯାଇଛି। ମହିଳା ଓ ଶିଶୁଙ୍କ ସୁରକ୍ଷା ଉପରେ ବିଶେଷ ଧ୍ୟାନ ରହିବ। ସୁରକ୍ଷା ପାଇଁ CCTV ଓ ଡ୍ରୋନ୍ ର ବ୍ୟବସ୍ଥା କରାଯାଇଛି ବୋଲି ସୂଚନା ଦେଇଛନ୍ତି ପୋଲିସ କମିଶନର ସୁରେଶ ଦେବଦତ୍ତ ସିଂ । ୩୯ ଟି ଏଡ୍ ପୋଷ୍ଟ ରହିବ। ଟ୍ରାଫିକ ପାଇଁ ରହିବ ସ୍ଵତନ୍ତ୍ର ବ୍ୟବସ୍ଥା। ସହରରେ ୩୫ଟି ପାର୍କିଂ ପ୍ଲେସ ଚିହ୍ନଟ ହୋଇଛି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ