ବୃକ୍ଷରୋପଣ ଓ ନିଶା ନିବାରଣ ଆଲୋଚନାଚକ୍ର

ପାରଳାଖେମୁଣ୍ଡି,(ତାରିଣୀ ପ୍ରସାଦ ପଣ୍ଡା): ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସହର ନିକଟରେ ଅବସ୍ଥିତ ପଦ୍ମପୁର ବିନୋଦିନୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ବୃକ୍ଷରୋପଣ ଓ ମୋ ଭାରତ ପକ୍ଷରୁ ନିଶା ନିବାରଣ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ମନୋଜ କୁମାର ପଟ୍ଟନାୟକଙ୍କ ସଭାପତିତ୍ୱରେ ଆୟୋଜିତ ହୋଇଥିବା ବେଳେ ମୁଖ୍ୟ ଅତିଥି ଭାବେ ଉପାନ୍ତ ପ୍ରହରୀ ପୂର୍ଣଚନ୍ଦ୍ର ମହାପାତ୍ର, ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଆଚାର୍ଯ୍ୟ ବିନୋଦ ଚନ୍ଦ୍ର ଜେନା, ଓଡିଶା ସାହିତ୍ୟ ଏକାଡେମୀର ପୂର୍ବତନ ସଦସ୍ୟ ବିଚିତ୍ରାନନ୍ଦ ବେବର୍ତା, ଅପରାହ୍ନ ଖବରକାଗଜର ଜିଲ୍ଲା ପ୍ରତିନିଧ୍ ରାଜେନ୍ଦ୍ର କୁମାର ରଥ, ଆନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନ ନୃତ୍ୟଗୁରୁ ଡି. ପ୍ରିୟଙ୍କା, ଜ୍ଞାନପ୍ରକାଶର ଜିଲ୍ଲାମୁଖ୍ୟ ସ୍ନିଗ୍ଧା ମିଶ୍ର, ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧୂକାରୀ ରବେନ୍ଦ୍ର ପାଣିଗ୍ରାହୀ ପ୍ରମୁଖ ଯୋଗଦେଇ ପ୍ରଦୀପ ପ୍ରଜ୍ଜ୍ଵଳନ ପୂର୍ବକ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ପ୍ରାରମ୍ଭରେ ଅତିଥିବୃନ୍ଦ ଓ ଛାତ୍ରଛାତ୍ରୀମାନଙ୍କ ଦ୍ବାରା ବିଦ୍ୟାଳୟ ପରିସରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବା ସହ ପ୍ରଥମ ବର୍ଷର ଛାତ୍ର ଛାତ୍ରୀମାନଙ୍କୁ ଚାରା ବଂଟନ କରାଯାଇ ତାର ଉପଯୁକ୍ତ ଯନ୍ ନେବାକୁ ପରାମର୍ଶ ଦିଆଯାଇଥିଲା। କେନ୍ଦ୍ର ସରକାରଙ୍କର ଯୁବ ବ୍ୟାପାର ଓ କ୍ରୀଡା ମନ୍ତ୍ରଣାଳୟର ‘ମୋ ଭାରତ ଅନୁଷ୍ଠାନ‘ ପକ୍ଷରୁ ଯୁବଗୋଷ୍ଠୀଙ୍କ ମଧ୍ୟରେ ନିଶା ନିବାରଣ ନିମନ୍ତେ ବିଭିନ୍ନ ପ୍ରତିଯୋଗିତା ଯଥା, ନୃତ୍ୟ, ସଙ୍ଗୀତ, ଚିତ୍ରାଙ୍କନ, ଅଭିନୟ ଓ ବକ୍ତୃତା ଇତ୍ୟାଦି ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗିତାରେ ସଫଳତା ହାସଲ କରିଥିବା ଛାତ୍ରଛାତ୍ରୀମାନଙ୍କୁ ଅତିଥିମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା ।
Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ