ପିଏମ୍‍ଶ୍ରୀ ହରିହର ହାଇସ୍କୁଲରେ ସେବା ସଂକଳ୍ପ ଅଭିଯାନ

ଆସିକା  (ୱାଇଏନ୍‍ଏସ୍‍) : ଛାତ୍ରଛାତ୍ରୀଙ୍କ ମଧ୍ୟରେ ସୃଜନଶୀଳ ଚିନ୍ତାଧାରା ଏବଂ ସେବା ମନୋଭାବକୁ ଉତ୍ସାହିତ କରିବା ଲକ୍ଷ୍ୟରେ ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଜିଲ୍ଲା ଶିକ୍ଷାବିଭାଗର ପରାମର୍ଶକ୍ରମେ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ପକ୍ଷରୁ ସ୍ଥାନୀୟ ପିଏମ୍‍ଶ୍ରୀ ହରିହର ହାଇସ୍କୁଲରେ ଅଧ୍ୟୟନରତ ଛାତ୍ରଛାତ୍ରୀମାନଙ୍କୁ ନେଇ ସର୍ବକନିଷ୍ଠ, କନିଷ୍ଠ ଓ ବରିଷ୍ଠ ବର୍ଗରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ବିକଶିତ ଭାରତ ଏବଂ ମୋ ସ୍ୱପ୍ନର ଭାରତ ଆହ୍ୱାନରେ ଚିତ୍ରାଙ୍କନ ମାଧ୍ୟମରେ ଛାତ୍ରଛାତ୍ରୀମାନେ ବିଭିନ୍ନ ସାମାଜିକ ଓ ସେବାମୂଳକ ବିଷୟବସ୍ତୁକୁ ନିଜସ୍ୱ ଚିନ୍ତାଧାରାରେ ଉପସ୍ଥାପନ କରିଥିବା ବେଳେ ବକ୍ତୃତା ପ୍ରତିଯୋଗିତାରେ ସେବା, ଦାୟିତ୍ୱବୋଧ ଓ ମୂଲ୍ୟବୋଧ ଉପରେ ଆଲୋକପାତ କରିଥିଲେ । ଆସିକା ପିଏମ୍‍ଶ୍ରୀ ହରିହର ହାଇସ୍କୁଲର ପ୍ରଧାନଶିକ୍ଷୟିତ୍ରୀ ରଜନୀରାଣୀ ଦାଶ, ସହକାରୀ ଶିକ୍ଷକ ପ୍ରଶାନ୍ତ କୁମାର ନାୟକ, ମମତା କୁମାରୀ ଭଂଜ, ଅର୍ଚ୍ଚନା ପରିଡା, ଜୁଲି ରଥ, ପ୍ରଜ୍ଞା ପରମିତା ପ୍ରଧାନ ପ୍ରମୁଖ ଏହି ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମରେ ଯୋଗଦେଇ ବିଦ୍ୟାର୍ଥୀମାନଙ୍କୁ ଉତ୍ସାହିତ କରିଥିବା ଦେଖିବାକୁ ମିଳିଥିଲା । ଆସିକା ପିଏମ୍‍ଶ୍ରୀ ହରିହର ହାଇସ୍କୁଲରେ ଅନୁଷ୍ଠିତ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମରେ ଶିକ୍ଷାନୁଷ୍ଠାନର ପ୍ରାୟ ୨୦ ଜଣ ଛାତ୍ରଛାତ୍ରୀ ଚିତ୍ରାଙ୍କନ ଏବଂ ବକ୍ତୃତା ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲା ବେଳେ କୃତିତ୍ୱ ହାସଲ କରିଥିବା ବିଦ୍ୟାର୍ଥୀମାନଙ୍କୁ ସମ୍ବର୍ଦ୍ଧିତ କରିଥିବା ଜଣାପଡିଛି । ସେବା ସଂକଳ୍ପ ଅଭିଯାନ-୨୦୨୬ ପାଳନ ଅବସରରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଶିକ୍ଷାନୁଷ୍ଠାନର ବହୁ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିବା ପ୍ରତିଭା ପ୍ରଦର୍ଶନ କରିଥିଲା ବେଳେ ଶିକ୍ଷକ ଶିକ୍ଷୟିତ୍ରୀମାନେ ପରିଚାଳନାରେ ସହଯୋଗ କରିଥିବା ଲକ୍ଷ୍ୟ କରାଯାଇଥିଲା ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ