ଶିଶୁ ମନ୍ଦିର ବାର୍ଷିକ କ୍ରୀଡା ପ୍ରତିଯୋଗିତା ଉଦଘାଟିତ

ଦିଗପହଣ୍ଡି,(ଅଳକ ନାଥ ମିଶ୍ର) :ଦିଗପହଣ୍ଡି ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ୨୬ ତମ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଶନିବାର ଉଦଘାଟିତ ହୋଇଯାଇଛି। ଶିଶୁ ମନ୍ଦିର ପରିଚାଳନା କମିଟି ସଭାପତି ରାମଚନ୍ଦ୍ର ବିଷୋୟୀଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ  ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତିର ରାଜ୍ୟ ସାଧାରଣ ସମ୍ପାଦକ ହରପ୍ରସାଦ ରଥ ମୂଖ୍ୟ ଅତିଥି ଭାବେ ଯୋଗ ଦେଇ କ୍ରୀଡ଼ା ପ୍ରତିଯୋଗିତା କୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। ଦିଗପହଣ୍ଡି ବ୍ଲକ ଚାଞ୍ଚଡ଼ାପଲ୍ଲୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର କ୍ରୀଡା ପ୍ରଶିକ୍ଷକ ଏସ. କୈଳାସ ରେଡ୍ଡୀ  ଏବଂ ପ୍ରଧାନ ଆଚାର୍ଯ୍ୟ ଶିବରାମ ପ୍ରଧାନ ଓ ଭଗବତୀ ପ୍ରସାଦ ମିଶ୍ର ସମ୍ମାନିତ ଅତିଥିଭାବେ ମଞ୍ଚାସିନ ରହି ବିଦ୍ୟାର୍ଥୀ ପ୍ରତିଯୋଗୀ ମାନଙ୍କୁ ଉତ୍ସାହିତ କରିଥିଲେ। ଆଚାର୍ଯ୍ୟ ସୁଶାନ୍ତ ବେହେରା ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ  କ୍ରୀଡା ପ୍ରଶିକ୍ଷକ ଶିଶିର କାନ୍ତ ଜେନା, ଆଚାର୍ଯ୍ୟ ଶ୍ରୀଧର ରଥ, ସନ୍ତୋଷ କୁମାର ପାତ୍ର ଓ ଅନ୍ୟ  ଆଚାର୍ଯ୍ୟ ଅଚାର୍ଯ୍ୟା ବୃନ୍ଦ ବିଭିନ୍ନ କ୍ରୀଡା ପ୍ରତିଯୋଗିତା ଗୁଡିକୁ ପରିଚାଳନା କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ