ସ୍ବତନ୍ତ୍ର ସଘନ ସଂଶୋଧନ (SIR) ସଚେତନତା ଅଭିଯାନ ରଥ

ବାଲେଶ୍ୱର, (ସରୋଜ ପଣ୍ଡା): ଜନସାଧାରଣଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ସମ୍ପର୍କରେ ବ୍ୟାପକ ସୂଚନା ପ୍ରଦାନ ଉଦ୍ଦେଶ୍ୟରେ ଆଜି ପୂର୍ବାହ୍ନ ୯.୩୦ ଘଟିକା ସମୟରେ ସ୍ୱତନ୍ତ୍ର ସଘନ ସଂଶୋଧନ (SIR) ସଚେତନତା ଅଭିଯାନ ରଥର ଶୁଭାରମ୍ଭ ବାଲେଶ୍ୱର  ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ଆରମ୍ଭ କରାଯାଇଛି। ଏହି ଅବସରରେ ଜିଲ୍ଲାପାଳ ଶ୍ରୀଯୁକ୍ତ ସୂର୍ଯ୍ୟବଂଶୀ ମୟୂର ବିକାଶ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ତପନ କୁମାର ଖୁଣ୍ଟିଆ, ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଶ୍ରୀଯୁକ୍ତ ଶ୍ରୀଯୁକ୍ତ ସଞ୍ଜୟ କୁମାର ରାଉତ, ଅତିରିକ୍ତ କାର୍ଯ୍ୟ ନିର୍ବାହୀ ଅଧିକାରିଣୀ ଡଃ ମଧୁସ୍ମିତା ସାମନ୍ତରାୟ, ଡେପୁଟି କଲେକ୍ଟର, ନିର୍ବାଚନ ସୁଶ୍ରୀ ସମୀକ୍ଷା ବେହୁରାଙ୍କ ସମେତ ଜିଲ୍ଲା ପ୍ରଶାସନର ବହୁ ବରିଷ୍ଠ ଅଧିକାରୀ, ବିଭିନ୍ନ ବିଭାଗର କର୍ମକର୍ତ୍ତା ମାନେ ଉପସ୍ଥିତ ଥିଲେ। ଅତିଥିମାନେ ପତାକା ପ୍ରଦର୍ଶନ କରି ସଚେତନତା ରଥକୁ ଉଦ୍‌ଘାଟନ କରିଥିଲେ। ଏହି ଅବସରରେ ସ୍ୱୟଂ ସହାୟକ ଗୋଷ୍ଠୀର ମହିଳା ମାନେ ଉପସ୍ଥିତ ରହିଥିଲେ ।
Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ