ପୂର୍ବଶତ୍ରୁତାରୁ ଛୁରା ମାଡ଼ ଘଟଣା: ଛୁରୀ ଜବତ, ଜେଲ ଗଲା ଅଭିଯୁକ୍ତ
ଦିଗପହଣ୍ଡି,(ଅଳକ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମରେ ପୂର୍ବଶତ୍ରୁତା କୁ କେନ୍ଦ୍ରକରି ଘଟିଥିବା ଛୁରାମାଡ଼ ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ତଦନ୍ତକାରୀ ଅଧିକାରୀ ପାଟପୁର ଥାନା ଆଇଆଇସି ଦୀପ୍ତି ରଞ୍ଜନ ବେହେରା ଶୁକ୍ରବାର ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। ଅଭିଯୁକ୍ତ ଜଣକ ହେଲେ କଙ୍କୋରଡ଼ା ଗ୍ରାମର ବୁଲୁ ପରିଡ଼ା। ତାଙ୍କ ନିକଟରୁ ଛୁରୀ ଜବତ କରାଯାଇଛି। ଥାନା ମାମଲା ନଂ.୫୮/୨୬ ଅନୁଯାୟୀ ଜାମିନ ଆବେଦନ ଖାରଜ ହେବାରୁ ତାଙ୍କୁ ଦିଗପହଣ୍ଡି ସବଜେଲ ହାଜତକୁ ପଠାଇ ଦିଆଯାଇଛି।ଗୁରୁବାର ସକାଳ ପ୍ରାୟ ୯ ଟାରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୁଲୁ ଗ୍ରାମର ଟୁଲୁ ପ୍ରଧାନ ଙ୍କୁ ଛୁରୀ ରେ ଭୁଷି ହତ୍ୟା ଉଦ୍ୟମ କରିଥିଲେ।ରକ୍ତ ଜୁଡୁବୁଡୁ ଅବସ୍ଥାରେ ଟୁଲୁ ଙ୍କୁ ଉଦ୍ଧାର କରି ପରିବାର ଲୋକେ ନିକଟସ୍ଥ ଆଡପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ରେ ଭର୍ତ୍ତି କରିଥିଲେ।ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ସଙ୍କଟାପନ୍ନ ଅବସ୍ଥାରେ ବ୍ରହ୍ମପୁର ବଡ଼ ଡାକ୍ତରଖାନା କୁ ସ୍ଥାନାନ୍ତର କରାଯାଇଥିଲା।ସେଠାରେ ସେ ଚିକିତ୍ସାଧୀନ ଥିବା ଜଣାପଡିଛି।ଏନେଇ ଟୁଲୁ ଙ୍କ ସ୍ତ୍ରୀ ମନସା ପ୍ରଧାନ ପାଟପୁର ଥାନାରେ ଏତଲା ଦେବାପରେ ପୋଲିସ ଅଭିଯୁକ୍ତ ଙ୍କ ବିରୋଧରେ ମକଦ୍ଦମା ରୁଜୁ କରି ତଦନ୍ତ ଚଳାଇଥିଲେ।


