ବୁଗୁଡା ବ୍ଲକ ସ୍ତରୀୟ “ସୁରଭି – ୨୦୨୫” କାର୍ଯ୍ୟକ୍ରମ

ବୁଗୁଡା, (ଅନୀଲ କୁମାର ମହାରଣା) :ଗଞ୍ଜାମ ଜିଲ୍ଲାର ବୁଗୁଡ଼ା ଗୋଷ୍ଟୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଆୟୋଜିତ ବୁଗୁଡା ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ “ସୁରଭି” -୨୦୨୫” ବାଲିପଦର ଉଚ୍ଚ ବିଦ୍ୟାଳୟରେ ଅକ୍ଟୋବର ୬ ତାରିଖ ଦିନ ଅନୁଷ୍ଠିତ ହୋଇଯାଇଅଛି। ବାଲିପଦର ହାଇ ସ୍କୁଲ ପ୍ରଧାନ ଶିକ୍ଷକ ତଥା କାର୍ଯ୍ୟକ୍ରମର ସଙ୍ଗଠନ ସମ୍ପାଦକ ଇ. ନିଳାଞ୍ଚଳ ପାତ୍ରଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁ ବୁଗୁଡା ଗୋଷ୍ଠୀ ଶିକ୍ଷା ଅଧିକାରୀ ଚିନ୍ମୟ ମହାପାତ୍ର ଉଦ୍ଘାଟନ କରିବା ସହ କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିଥିଲେ। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଭଞ୍ଜନଗର ବିଇଓ ଲୋପାମୁଦ୍ରା ରଥ, ମୁଖ୍ୟ ବକ୍ତା ଭାବେ ଅବସରପ୍ରାପ୍ତ ଏବିଇଇଓ ଅବନୀ ପଟ୍ଟନାୟକ ଏବଂ ସମ୍ମାନିତ ଅତିଥି ଭାବେ ବୁଗୁଡା ଏବିଇଇଓ  ଅମିତା କୁମାରୀ ପାଢ଼ୀ ପ୍ରମୁଖ ଯୋଗଦେଇ ସୁରଭି କାର୍ଯକ୍ରମ ମାଧ୍ୟମରେ ବିଦ୍ୟାଳୟରେ ପଢୁଥିବା ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଥିବା ଅନ୍ତର୍ନିହିତ ପ୍ରତିଭାର ବିକଶିତ କରିବାର ଏକ ମାଧ୍ୟମ ବୋଲି ମତ ପ୍ରଦାନ କରିଥିଲେ। ଏହି କାର୍ଯକ୍ରମରେ ବୁଗୁଡା ବ୍ଳକର ୧୧ ଟି କ୍ଲଷ୍ଟର ସ୍ତରୀୟ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ୩୩୦ ଜଣ ଛାତ୍ରଛାତ୍ରୀ ଅଂଶ ଗ୍ରହଣ କରିଥିଲେ। ଏଥିରେ ଜୁନିୟର, ସିନିୟର, ଉଚ୍ଚ ମାଧ୍ୟମିକ ସିନିୟର ଓ ଭିନ୍ନକ୍ଷମ ଛାତ୍ରଛାତ୍ରୀ ବୃନ୍ଦ ମୋଟ ୩୦ ଗୋଟି ବିଭାଗ ଓ ସାଂସ୍କୃତିକ କାର୍ଯକ୍ରମ ଅନୁଷ୍ଠିତ ହୋଇଥିଲା। ପ୍ରତ୍ୟେକ ବିଭାଗରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ପୁରସ୍କାର ପ୍ରଦାନ କରାଯାଇଥିଲା। ବ୍ଲକ ସ୍ତରୀୟ ଏହି କାର୍ଯ୍ୟକ୍ରମରେ ପ୍ରଥମ ସ୍ଥାନ ହାସଲ କରିଥିବା କୃତି ଛାତ୍ରଛାତ୍ରୀ ବୃନ୍ଦ ଆସନ୍ତା ୦୮/୧୧/୨୫ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୫ କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରିବେ। ଉକ୍ତ କାର୍ଯ୍ୟକ୍ରମରେ ସମସ୍ତ ସିଆରସିସି, ଗାଇଡ଼ ଟିଚର, ବିଦ୍ୟାଳୟର ଶିକ୍ଷକ/ଶିକ୍ଷୟିତ୍ରୀ ଓ ଅଫିସ କର୍ମଚାରୀ ବୃନ୍ଦ ସହଯୋଗ କରିଥିଲେ।
Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ