ତୃତୀୟ ପର୍ଯ୍ୟାୟରୁ ବଞ୍ଚିତ ହୋଇଥିବା ୨ ଲକ୍ଷ ୮୫ ହଜାର ହିତାଧିକାରୀଙ୍କୁ ସାମିଲ ପାଇଁ ହେବ ସର୍ଭେ: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର :(ସମୀର ରଞ୍ଜନ ନାୟକ ) : ସୁଭଦ୍ରାକୁ ନେଇ ବଡ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଏହି ଯୋଜନାରୁ ବାଦ ପଡିଥିବା ହିତାଧିକାରୀ ସାମିଲ ହେବେ । ଆସନ୍ତାକାଲି ସୁଭଦ୍ରା ସମୀକ୍ଷା ବୈଠକ ଅନୁଷ୍ଠିତ ହେବ ବାଦ ପଡ଼ିଥିବା ହିତାଧିକାରୀଙ୍କୁ ସାମିଲ ହେବା ନେଇ ବୈଠକରେ ଆଲୋଚନା ହେବ । ଉପ ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି ଯେ, ସୁଭଦ୍ରା ସମୀକ୍ଷା ବୈଠକ ପୂର୍ବରୁ ତିନି ବିଭାଗକୁ ତଥ୍ୟ ମାଗିଥିଲା ମହିଳା ଓ ଶିଶୁ କଲ୍ୟାଣ ବିଭାଗ । ପରିବହନ, ଖାଦ୍ୟ ଯୋଗାଣ ଏବଂ ସ୍ୱାସ୍ଥ୍ୟ ବିଭାଗକୁ ତଥ୍ୟ ମଗାଯାଇଥିଲା ।ତେବେ ତଦନ୍ତ ରିପୋର୍ଟ ଦେବେ ଅଧିକାରୀ । ଏଥିସହ ଲୋକଙ୍କ ଅଭିଯୋଗ ସମାଧାନ ପାଇଁ ଦୁଇ ଦିନ ଭିତରେ ଖୋଲିବ ଅଭିଯୋଗ ପୋର୍ଟାଲ । ବାଦ ପଡ଼ିଥିବା ହିତାଧିକାରୀ ମାନେ ପୋର୍ଟାଲରେ ଅଭିଯୋଗ କରି ଆଉ ଥରେ ସାମିଲ ପାଇଁ ଆବେଦନ କରି ପାରିବେ।ଏହା ସହ ସ୍ୱାସ୍ଥ୍ୟ ବିଭାଗ ତଥ୍ୟ ଅନୁସାରେ ଆବେଦନକାରୀ ମୃତ କି ଜୀବିତ ବୋଲି ଧରାଯିବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ଏବେ 15 ହଜାର 984 ହିତାଧିକାରୀ ମୃତ ହିତାଧିକାରୀ ବାଦ ପଡ଼ିଥିବା ବେଳେ 1 ହଜାର 805 ଜଣ ଜୀବିତ ଥିବା ଜଣାପଡିଛି। ଏମାନଙ୍କୁ ମଧ୍ୟ ସାମିଲ କରାଯିବ ।ଅନ୍ୟପଟେ 36 ହଜାର 702 ହିତାଧିକାରୀ ଗାଡି କିଣିଥିବା ଯୋଗୁଁ ବାଦ ପଡିଥିବା ବେଳେ 21 ହଜାର 35 ହିତାଧିକାରୀ ଆୟ କର ଦେବାରୁ ବାଦ ପଡ଼ିଛନ୍ଥିତି। ଏଥିସହ 1 ଲକ୍ଷ 33 ହଜାର 691 ଧାନ ବିକ୍ରି ପଞ୍ଜିକରଣ ଏବଂ କୃଷକ ଭାବେ ପଞ୍ଜିକରଣ କରି ବାଦ ପଡିଛନ୍ତି। ସେ ବାବଦରେ ତଥ୍ୟ ଆସିବା ପରେ ମୁଖ୍ୟମନ୍ତ୍ରୀ ଙ୍କ ସହ ଆଲୋଚନ କରାଯିବ। ମୁଖ୍ୟମନ୍ତ୍ରୀ ଯାହା ନିଷ୍ପତ୍ତି ନେବେ ତାହା ପରବର୍ତ୍ତି ସମୟରେ ଘୋଷଣା କରାଯିବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ।
Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ