ଆୟୁଷ୍ମାନ କାର୍ଡକୁ ନେଇ ଦ୍ବନ୍ଦ୍ବ ନାହିଁ ଯେଉଁ ମେଡିକାଲ ନମାନିବେ କଡ଼ା ଆକ୍ସନ ନିଆଯିବ : ସ୍ବାସ୍ଥ୍ୟ ମନ୍ତ୍ରୀ
ଭୁବନେଶ୍ୱର,(ସମୀର ରଞ୍ଜନ ନାୟକ): ସ୍ୱାସ୍ଥ୍ୟସେବାରେ ବଡ ଭୂମୀକା ଗ୍ରହଣ କରିବ ଆୟୁଷ୍ମନ କାର୍ଡ। ଆୟୁଷ୍ମାନ ଯୋଜନାରେ ହିତାଧିକାରୀଙ୍କୁ ଅବହେଳା କଲେ ହେବ ଦୃଢ କାର୍ଯ୍ୟାନୁଷ୍ଠାନ। ଆୟୁଷ୍ମାନ ଯୋଜନା ଦ୍ୱାରା ଅନେକ ଗରିବ ଓ ମଧ୍ୟବିତ ଲୋକ ଉପକୃତ ହୋଇଛନ୍ତି। ତେବେ ଏହି ସେବାରୁ ଯେପରି କୌଣସି ବି ହିତାଧିକାରୀ ବାଦ ନପଡନ୍ତି ସେନେଇ ସ୍ୱାସ୍ଥ୍ୟ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।ମନ୍ତ୍ରୀ କହିଛନ୍ତି, ଆୟୁଷ୍ମାନରେ ଅବହେଳା କଲେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ । ଆୟୁଷ୍ମାନ ଚିକିତ୍ସାରେ କୌଣସି ଅବହେଳାକୁ ବରଦାସ୍ତ କରାଯିବନି । ଏନେଇ ଘରୋଇ ହସ୍ପିଟାଲକୁ ତାଗିଦ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ । ମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି କି, ଆୟୁଷ୍ମାନ ପ୍ୟାକେଜ୍ ବଢାଇବାକୁ ଯୋଜନା ଚାଲିଛି । ଆଗାମୀ ଦିନରେ ଯେପରି ଲୋକଙ୍କୁ ଅଧିକ ସୁବିଧା ମିଳିପାରିବ, ସେ ଦିଗରେ ଗୁରୁତ୍ୱ ଦିଆଯାଉଛି