ମଣ୍ଡଳ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ ବୃକ୍ଷ ରୋପଣ

କେନ୍ଦ୍ରାପଡ଼ା (ଚିତ୍ତ ରଞ୍ଜନ ଦାଶ): କେନ୍ଦ୍ରାପଡା ମଣ୍ଡଳ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମଣ୍ଡଳ ଶିକ୍ଷା ଅଧିକାରୀ ନାରାୟଣ ପ୍ରସାଦ ମନ୍ତ୍ରୀ, ସହ ମଣ୍ଡଳଶିକ୍ଷା ଅଧିକାରୀ ବଳଦେବ ପ୍ରସାଦ ଜେନା, ଶିକ୍ଷକ ସଂଘ ନେତା ମାନଭଞ୍ଜନ ପ୍ରଧାନ ପ୍ରମୁଖ ଯୋଗଦେଇ ବିଭିନ୍ନ ବୃକ୍ଷର ଚାରା କାର୍ଯ୍ୟାଳୟ ପରିସରରେ ରୋପଣ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବିଭିନ୍ନ ଆଞ୍ଚଳିକ ସାଧନ କେନ୍ଦ୍ରର ସଂଯୋଜକ ଓ ମଣ୍ଡଳ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ