ଶିକ୍ଷାବିତ ଡ. ଅଜୟ ରାଉତଙ୍କୁ ସମ୍ବର୍ଦ୍ଧନା

କେନ୍ଦ୍ରାପଡ଼ା(ଚିତ୍ତ ରଞ୍ଜନ ଦାଶ):କେନ୍ଦ୍ରାପଡ଼ା ଜିଲ୍ଲା ପ୍ରତିଭା ପୂଜା ସଂସଦ ଓ ଜିଲ୍ଲା ବୋଇତ ବନ୍ଦାଣ ସମିତିର ମିଳିତ ଆନୁକୂଲ୍ୟରେ କପାଳେଶ୍ୱର ଗ୍ରାମପଞ୍ଚାୟତର ରାଜୀବଗାନ୍ଧୀ ସେବାକେନ୍ଦ୍ର ପରିସରରେ କେନ୍ଦ୍ରାପଡ଼ା ଜିଲ୍ଲାର ବିଶିଷ୍ଟ ଶିକ୍ଷାବିତ ତଥା କେନ୍ଦ୍ରାପଡ଼ା ପବ୍ଲିକ ସ୍କୁଲର ପ୍ରତିଷ୍ଠାତା ପ୍ରାଧ୍ୟାପକ ଡ. ଅଜୟ କୁମାର ରାଉତଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। ନିକଟରେ ପ୍ରାଧ୍ୟାପକ ଡ. ରାଉତ ଆମେରିକାର କେନେଡି ବିଶ୍ୱବିଦ୍ୟାଳୟ ପକ୍ଷରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ପ୍ରାପ୍ତ ହୋଇଥିଲେ। ଏହି ଉପଲକ୍ଷେ ଅନୁଷ୍ଠିତ ସମ୍ବର୍ଦ୍ଧନା ସଭାରେ ଜିଲା ପ୍ରତିଭା ପୂଜା ସଂସଦ ସଭାପତି ପ୍ରଦିପ କୁମାର ମହାନ୍ତି ସଭାପତିତ୍ୱ କରି କହିଲେ ଯେ ଡ. ରାଉତ କେନ୍ଦ୍ରାପଡ଼ା ଜିଲ୍ଲାରେ ଶିକ୍ଷାର ପ୍ରଚାର ପ୍ରସାର ଦିଗରେ ଅଗ୍ରଣୀ ଭୂମିକା ଗ୍ରହଣ କରିଛନ୍ତି। ସେହିପରି ସମାଜସେବା କ୍ଷେତ୍ରରେ ମଧ୍ୟ ତାଙ୍କର ଉଲ୍ଲେଖନୀୟ ଅବଦାନ ରହିଛି। ଡ. ରାଉତ ଉଭୟ ଅନୁଷ୍ଠାନର ସଦସ୍ୟ ହୋଇଥିବାରୁ ତାଙ୍କୁ ଏହି ଅବସରରେ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯିବା ସହିତ ତାଙ୍କର ଦୀର୍ଘ ନିରାମୟ ଜୀବନ କାମନା କରାଯାଇଥିଲା। ଏଥିରେ ଅତିଥି ଭାବେ ପୂର୍ବତନ ବିଧାୟକ ଚିନ୍ମୟ ପ୍ରସାଦ ବେହୁରା, ସୁଶିଲ କୁମାର ସାମଲ, ପ୍ରଫୁଲ୍ଲ କୁମାର ଦାସ ଓ ଚିତ୍ତରଞ୍ଜନ ଦାସ ପ୍ରମୁଖ ଯୋଗଦେଇ ଡ. ରାଉତଙ୍କୁ ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ପ୍ରଦାନ ପୂର୍ବକ ସମ୍ବର୍ଦ୍ଧିତ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସାମ୍ବାଦିକ ସୁଦର୍ଶନ ମହାପାତ୍ର, ରବୀନ୍ଦ୍ର ନାଥ ରଥ, ହିମାଂଶୁ ଦାସ, ଲୋହିତ ମହାନ୍ତି, ଶ୍ରୀଧର ମହାନ୍ତି, ରଜନିକାନ୍ତ ଦାସ, ପ୍ରଭାତୀ ଧଳ, ହିମାଂଶୁ ବେହେରା ପ୍ରମୁଖ ଉପସ୍ଥିତ ଥିଲେ। ବୈଷ୍ଣବ ପ୍ରଧାନ ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ ରାଜେନ୍ଦ୍ର ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ