ଶ୍ରାଦ୍ଧବାର୍ଷିକୀରେ ଶ୍ରଦ୍ଧାଞ୍ଜଳି

କେନ୍ଦ୍ରାପଡ଼ା (ଚିତ୍ତ ରଞ୍ଜନ ଦାଶ):ସ୍ୱାଧୀନତା ସଂଗ୍ରାମୀ ତଥା ପୂର୍ବତନ ଜିଲ୍ଲା ସ୍ୱାଧୀନତା ସଂଗ୍ରାମୀସମିତି ସଭାପତି ସ୍ୱର୍ଗତ ନକୁଳ ଚରଣ ଦାସଙ୍କ ଶ୍ରାଦ୍ଧବାର୍ଷିକୀ ଅବସରରେ ସୋମବାର ତାଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ଏହି ଉପଲକ୍ଷେ ସଂଗ୍ରାମୀ ନକୁଳ ଦାସ ସ୍ମୃତି କମିଟି ଓ ଆଜାଦ ହିନ୍ଦ୍ ଟ୍ରଷ୍ଟର ମିଳିତ ଆନୁକୂଲ୍ୟରେ ଗୁଲନଗର ଗ୍ରାମପଞ୍ଚାୟତର ସୁଜାନଗରସ୍ଥିତ ନେତାଜୀ ମଡେଲ ସ୍କୁଲ ପରିସରରେ ଥିବା ସଂଗ୍ରାମୀ ସ୍ୱର୍ଗତ ଦାସଙ୍କ ପ୍ରତିମୂର୍ତ୍ତିରେ ସାମୁହିକ ମାଲ୍ୟାର୍ପଣ କରାଯାଇଥିଲା। କେନ୍ଦ୍ରାପଡା ବିଧାୟକ ଗଣେଶ୍ୱର ବେହେରା ସଂଗ୍ରାମୀ ସ୍ୱର୍ଗତ ଦାସଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାନିବେଦନ କରିବା ସହିତ ସଂଗ୍ରାମୀଙ୍କ ଜୀବନଦର୍ଶରେ ଅନୁପ୍ରାଣିତ ହେବାକୁ ଉପସ୍ଥିତ ଯୁବସମାଜ ଓ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ପରାମର୍ଶ ଦେଇଥିଲେ। ବ୍ଲକ ବିଜେଡି ସଭାପତି ଆଲୋକ ସାହୁ, ଦେବାଶିଷ କୁବେର, ରାମଚନ୍ଦ୍ର ବାରିକ, ଦେବବ୍ରତ ସାହୁ, ମହେନ୍ଦ୍ର ସୂତାର, ପ୍ରଶାନ୍ତ ପାତ୍ର, ଲୋପାମୁଦ୍ରା ବାରିକଙ୍କ ସମେତ ସଂଗ୍ରାମୀଙ୍କ ସୁପୁତ୍ର ବିଜୟ ଦାସ, ଅବନୀ ଦାସ ଓ ଅବିନାଶ ଦାସ ପ୍ରମୁଖ ବହୁ ବିଶିଷ୍ଟ ବ୍ୟକ୍ତି ସ୍ୱର୍ଗତ ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ସହ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ। ଏଥିସହିତ ବିଦ୍ୟାଳୟର ଛାତ୍ରଛାତ୍ରୀ ଓ ଶିକ୍ଷକ,ଶିକ୍ଷୟିତ୍ରୀମାନେ ମଧ୍ୟ ସଂଗ୍ରାମୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ