ବୁଗୁଡାରେ ପରାକ୍ରମ ତ୍ରିରଙ୍ଗା ଶୋଭାଯାତ୍ରା
ବୁଗୁଡା (ଅନୀଲ କୁମାର ମହାରଣା) : ଅପରେସନ ସିନ୍ଦୂର ର ସଫଳତା ଯୋଗୁଁ ଭାରତର ବୀର ସୈନିକଙ୍କ ଆତଙ୍କବାଦିଙ୍କ ବିରୁଦ୍ଧରେ ନିଆଯାଇଥିବା ସାହସିକ ଆକ୍ରମଣ ପଦକ୍ଷେପକୁ ସମର୍ଥନ ଏବଂ ଉତ୍ସାହିତ କରିବା ନିମନ୍ତେ ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ାଙ୍କ ନିର୍ଦ୍ଦେଶକ୍ରମେ ବୁଗୁଡା ଏନ୍ଏସି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ବିଭୁତି ଭୂଷଣ ବେହେରା , ବୁଗୁଡା ଅତିରିକ୍ତ ତହସିଲଦାର ସୁନନ୍ଦ ଶେଖର ସାହାଣୀ ଓ ବିଇଓ ଚିନ୍ମୟ ମହାପାତ୍ରଙ୍କ ତତ୍ତ୍ୱାବଧାନରେ ପରାକ୍ରମ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟାଳୟ ଠାରୁ ଶୋଭାଯାତ୍ରା ବାହାରି ସହର ସହର ପରିକ୍ରମା କରି କାର୍ଯ୍ୟାଳୟରେ ଶେଷ ହୋଇଥିଲା। ଏଥିରେ ଏନ୍ଏସି ଅଧ୍ୟକ୍ଷ ଚିତ୍ରସେନ ପ୍ରଧାନ, ଉପାଧ୍ୟକ୍ଷା ଗୀତାଞ୍ଜଳୀ ପାଢ଼ୀ, କାଉନସିଲର ବୃନ୍ଦ, ଏନଏସି ଅଫିସ କର୍ମଚାରୀ ବୃନ୍ଦ, ପରିମଳ କର୍ମଚାରି ବୃନ୍ଦ, ଏବିଇଓଙ୍କ ସମେତ ସ୍ଥାନୀୟ ଜନସାଧାରଣ ଯୋଗଦେଇଥିଲେ।