କିଡନୀ ରୋଗରେ ପିଡିତଙ୍କୁ ଟ୍ରଷ୍ଟ ପକ୍ଷରୁ ସହାୟତା ପ୍ରଦାନ

କେନ୍ଦ୍ରାପଡ଼ା,(ଚିତ୍ତ ରଞ୍ଜନ ଦାଶ):ବାଞ୍ଛାନିଧି ଦାସ ଓ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ କିଡନୀ ରୋଗରେ ପିଡିତ ରୋଗୀଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଟ୍ରଷ୍ଟର ମୁଖ୍ୟ ପୃଷ୍ଟପୋଷକ ଆମେରିକାସ୍ଥିତ ଆଲାସ୍କା ବିଶ୍ୱବିଦ୍ୟାଳୟର ଏମରିଟସ ପ୍ରଫେସର ଡ. ଦେବେନ୍ଦ୍ର କୁମାର ଦାସଙ୍କ ନିର୍ଦେଶ କ୍ରମେ ଟ୍ରଷ୍ଟର ଟ୍ରଷ୍ଟି ଭୁବନମୋହନ ଦାସ ଭାଗବତପୁର ଗ୍ରାମପଞ୍ଚାୟତର ବାଲିଆସ୍ଥିତ ଗ୍ରାମରେ ପହଞ୍ଚି କିଡନୀ ରୋଗରେ ପିଡିତ ଗୋବର୍ଦ୍ଧନ ନାୟକଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିଥିଲେ। ଏଠାରେ ସୂଚନା ଯୋଗ୍ୟ ଯେ ଟ୍ରଷ୍ଟ ପକ୍ଷରୁ ଗରୀବ ତଥା ଅସହାୟ ଲୋକମାନଙ୍କୁ ଆବଶ୍ୟକ ସମୟରେ ଆର୍ଥିକ ସହାୟତା ଏବଂ ଗରୀବ ମେଧାବୀ ଛାତ୍ରଛାତ୍ରୀମାନଙ୍କୁ ପାଠପଢିବା ପାଇଁ ମୋଧାବୃତ୍ତି ପ୍ରଦାନ କରାଯିବା ସହ ଘରପୋଡି, ବନ୍ୟା, ବାତ୍ୟା ଭଳି ଦୈବୀଦୂର୍ବିପାକ ସମୟରେ ମଧ୍ୟ ଟ୍ରଷ୍ଟ ପକ୍ଷରୁ ଶୁଖିଲା ଖାଦ୍ୟ, ବସ୍ତ୍ର, ରୋଷେଇ ସାମଗ୍ରୀ, ଚୂଡା,ଚାଉଳ, ବିସ୍କୁଟ, ରାସନ ପ୍ରଭୃତି ଏବଂ ଚିକିତ୍ସା ପାଇଁ ଆର୍ଥିକ ସହାୟତା ଦୀର୍ଘ ବର୍ଷ ଧରି ପ୍ରଦାନ କରାଯାଇ ଆସୁଅଛି। ଟ୍ରଷ୍ଟର ଏଭଳି ସମାଜସେବାମୂଳକ କାର୍ଯ୍ୟକୁ ଅନେକ ସମୟରେ ବହୁ ପ୍ରଶଂସା ମିଳିଛି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ