ବ୍ୟାଟେରୀ ଚୋରି ଅଭିଯୋଗରେ ଦୁଇ ଗିରଫ

ଛତ୍ରପୁର,(ଓ୍ବାଇଏନଏସ): ଗଞ୍ଜାମ ଜିଲ୍ଲା ଚମାଖଣ୍ଡି ଥାନା ପୋଲିସ ବ୍ୟାଟେରୀ ଚୋରି ଅଭିଯୋଗରେ ଦୁଇ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଦୁଇ ଅଭିଯୁକ୍ତ ହେଲେ ଚମାଖଣ୍ଡି ଥାନା ଅନ୍ତର୍ଗତ କଣମଣା ଗ୍ରାମର ଏସ୍‌. ମୋହନ ରେଡ୍ଡୀ (୩୦) ଓ ମାଧବ ବେହେରା ଓରଫ ମିଥୁନ। ପୋଲିସ ସୂଚନା ଅନୁଯାୟୀ, ଅଭିଯୁକ୍ତ ଦୁଇଜଣ ବ୍ୟାଟେରୀ ଚୋରିରେ ସମ୍ପୃକ୍ତ ଥିବା ନେଇ ଅଭିଯୋଗ ହୋଇଥିଲା। ଏନେଇ ଗତ ୨୫ ତାରିଖରେ ଚମାଖଣ୍ଡି ଥାନାରେ କେସ୍‌ ନଂ ୩୭୫/୨୦୨୬ ରେ ମାମଲା ରୁଜୁ ହୋଇଥିଲା। ଅଭିଯୋଗ ଆଧାରରେ ପୋଲିସ ତଦନ୍ତ କରି ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିବା ସହିତ ଚୋରୀ ବ୍ୟାଟେରୀ ସାମଗ୍ରୀ କୁ ଜବତ କରିଛି l  ଏହା ସହିତ ଅଭିଯୁକ୍ତ ଦୁଇ ଜଣଙ୍କୁ କୋର୍ଟ ଚାଲାଣ କରାଯାଇଥିବା ଚମାଖଣ୍ଡି ଥାନା ଅଧିକାରିଣୀ ଶ୍ରଦ୍ଧାଞ୍ଜଳି ସୁବୁଦ୍ଧି ସୂଚନା ଦେଇଛନ୍ତି।
Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ