ଦୁଇଦିନିଆ ଯୁବ ଉତ୍ସବ ଉଦଘାଟିତ

 ବାଲେଶ୍ବର(ସରୋଜ ପଣ୍ଡା) ଫକୀର ମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟ, ବାଲେଶ୍ୱର ପରିସରରେ ଜିଲ୍ଲା ପ୍ରଶାସନ, ବାଲେଶ୍ବର ଓ କ୍ରୀଡ଼ା ଓ ଯୁବ ସେବା ବିଭାଗ, ଓଡ଼ିଶା ସରକାରଙ୍କର ମିଳିତ  ତତ୍ତ୍ୱାବଧାନରେ ଦୁଇଦିନିଆ ଜିଲ୍ଲା ସ୍ତରୀୟ ଯୁବ ଉତ୍ସବ କାର୍ଯ୍ୟକ୍ରମ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି। ଏହି ଉଦ୍ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ, ବାଲେଶ୍ଵର  ଅଧ୍ୟକ୍ଷ, ଶ୍ରୀଯୁକ୍ତ ନାରାୟଣ ପ୍ରଧାନ ପ୍ରଦୀପ ପ୍ରଜ୍ୱଳନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବାଲେଶ୍ୱର ପୌରପରିଷଦର ଅଧ୍ୟକ୍ଷା ଶ୍ରୀମତୀ ସବିତା ସାହୁ, ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଶ୍ରୀଯୁକ୍ତ ତପନ କୁମାର ଖୁଣ୍ଟିଆ, ଉପଜିଲ୍ଲାପାଳ, ବାଲେଶ୍ଵର ଶ୍ରୀଯୁକ୍ତ ଶିବ ମାଲବ୍ୟ ଏବଂ ଫକୀର ମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ରଞ୍ଜନ କୁମାର ରାୟ  ସମ୍ମାନିତ ଅତିଥି ଭାବେ ଯୋଗଦେଇ ଯୁବପିଢ଼ିଙ୍କୁ ଉତ୍ସାହିତ କରିଥିଲେ।
ଏହି ଦୁଇଦିନିଆ ମହୋତ୍ସବରେ ଜିଲ୍ଲାର ବିଭିନ୍ନ ପ୍ରାନ୍ତରୁ ଆସିଥିବା ଯୁବ ପ୍ରତିଭାମାନେ ନିଜର କଳା ପ୍ରଦର୍ଶନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଆକର୍ଷଣ: ଲୋକଗୀତ (Folk Song), ଲୋକନୃତ୍ୟ (Folk Dance), ନୁକଡ ନାଟକ (Nukkud Natak), କବିତା ଲିଖନ (Poetry Writing) ଏବଂ ଚିତ୍ରକଳା (Painting) ଭଳି ବିଭିନ୍ନ ସୃଜନଶୀଳ ପ୍ରତିଯୋଗିତା ଅନୁଷ୍ଠିତ ହୁଇଯାଇଛି। ସମଗ୍ର କାର୍ଯ୍ୟକ୍ରମଟିକୁ  ଜିଲ୍ଲା କ୍ରୀଡ଼ା ଅଧିକାରୀ ଶ୍ରୀଯୁକ୍ତ ପୂର୍ଣ୍ଣଚନ୍ଦ୍ର ଜେନା ଏବଂ ଜିଲ୍ଲା କ୍ରୀଡ଼ା କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ସୁଚାରୁରୂପେ ପରିଚାଳନା କରିଥିଲେ।
Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ