କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କୁ ରେମୁଣାରେ ଭବ୍ୟ ସ୍ଵାଗତ
ବାଲେଶ୍ବର(ସରୋଜ ପଣ୍ଡା):ରେମୁଣା ନହରପାଟଣା ଛକ ନିକଟରେ ରେମୁଣା ବିଜେପି ପକ୍ଷରୁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଓଡ଼ିଶା ସରକାରଙ୍କ ମାନ୍ୟବର ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା କରାଯାଇଥିଲା। ଏହି ଅବସରରେ ବାଲେଶ୍ଵର ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ, ସରକାରୀ ଉପମୁଖ୍ୟ ସଚେତକ ତଥା ବିଧାୟକ ରେମୁଣା ଗୋବିନ୍ଦ ଚନ୍ଦ୍ର ଦାସ, ବିଧାୟକ ସଦର ମାନସ କୁମାର ଦତ୍ତ, ବିଧାୟକ ନିଳଗିରି ସନ୍ତୋଷ ଖଟୁଆ ଙ୍କ ସହ ଶହ ଶହ କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ।

 
             
						 
						 
						 
						 
						 
						
