ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ତିରୋଧାନ ଦିବସ

କଟକ, (ଓ୍ବାଇଏନଏସ): ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ତିରୋଧାନ ଦିବସ ଅବସରରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଗୋରାକବରସ୍ଥିତ ମଧୁବାବୁଙ୍କ ସମାଧିପୀଠଠାରେ ଜିଲ୍ଲାପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେ ଶ୍ରଦ୍ଧାସୁମନ ଅର୍ପଣ କରିଛନ୍ତି । ଏଥସହିତ ଜିଲ୍ଲାପାଳ ଗୋରାକବରଠାରେ ମଧୁବାବୁଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରିବା ସହ ମଧୁସୂଦନ ପାର୍କ ଓ କ୍ୟାଣ୍ଟନମେଣ୍ଟ ରୋଡଠାରେ ଥିବା ମଧୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ । ଏହି ଅବସରରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀ ଭବାନୀ ଶଙ୍କର ଭୂୟାଁଙ୍କ ସମେତ ବିଭାଗୀୟ ଅଧିକାରୀ ଓ ବହୁ ଗଣ୍ୟମାନ୍ୟ ବ୍ୟକ୍ତି ଉପସ୍ଥିତ ରହି ମଧୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ।
Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ