ବନମହୋତ୍ସବ ସପ୍ତାହ ପାଳିତ
ଆସିକା (ୱାଇଏନ୍ଏସ୍) : ଆସିକା ବ୍ଳକ ଅନ୍ତର୍ଗତ ଗୁଣ୍ଠପଡା ଗ୍ରାମ ସ୍ଥିତ ଜଗଦଳପୁର ଉଚ୍ଚ ବିଦ୍ୟାଳୟ ପକ୍ଷରୁ ୭୭ତମ ବନ ମହୋତ୍ସବ ସପ୍ତାହ ପାଳନ ଅବସରରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ ଅଧୀନସ୍ଥ ଏକ ମେଗା ଚାରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଯାଇଛି । ଜଗଦଳପୁର ହାଇସ୍କୁଲ ଗୁଣ୍ଠପଡାର ଇକୋ କ୍ଳବ ତଥା ଜାତୀୟ ସବୁଜ ବାହିନୀର ସଂଯୋଜକ ଶିକ୍ଷକ ସୁଶିଲ୍ ମୋହନ ପାତ୍ରଙ୍କ ପ୍ରତ୍ୟେକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ୭୭ ତମ ବନମହୋତ୍ସବ ସପ୍ତାହ ପାଳନ କାର୍ଯ୍ୟକ୍ରମରେ ଆସିକା ଗୋଷ୍ଠୀ ଶିକ୍ଷାଧିକାରୀ ସୁଜିତ୍ କୁମାର ପାଢୀ, ସହକାରୀ ଗୋଷ୍ଠୀ ଶିକ୍ଷାଧିକାରୀ ବିଭୁନନ୍ଦନ ପଣ୍ଡା, ପ୍ରଧାନଶିକ୍ଷକ ନାରାୟଣ ମହାପାତ୍ର, ବନରକ୍ଷୀ ଶରତ ଚନ୍ଦ୍ର ବେହେରା ପ୍ରମୁଖ ଯୋଗଦେଇ ପ୍ରକୃତିର ସନ୍ତୁଳନକୁ ରକ୍ଷା କରିବା ସାଙ୍ଗକୁ ପରିବେଶର ସୁରକ୍ଷା ପାଇଁ ଅଧିକରୁ ଅଧିକ ଚାରା ରୋପଣ କରି ସେଗୁୁଡିକ ଯେପରି ବିଶାଳ ବୃକ୍ଷରେ ପରିଣତ ହେବ ସେଥିପ୍ରତି ସମସ୍ତେ ଯତ୍ନବାନ୍ ହୋଇ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଥିବା ଦେଖିବାକୁ ମିଳିଥିଲା । ଜଗଦଳପୁର ଉଚ୍ଚ ବିଦ୍ୟାଳୟର ଗୁଣ୍ଠପଡାର ଜାତୀୟ ସବୁଜ ବାହିନୀ (ଇକୋ କ୍ଳବ)ର ସଂଯୋଜନାରେ ଅନୁଷ୍ଠିତ ହୋଇଥିବା ଏହି ମେଗା ଚାରାରୋପଣ କାର୍ଯ୍ୟକ୍ରମରେ ଶିକ୍ଷାନୁଷ୍ଠାନର ପ୍ରଧାନଶିକ୍ଷକ ନାରାୟଣ ମହାପାତ୍ର, ସହକାରୀ ଶିକ୍ଷକ ସୁଶିଲ୍ ମୋହନ ପାତ୍ର, ଜି.ଆନନ୍ଦ ପାତ୍ର, ରୁଦ୍ର ପ୍ରସାଦ ସେଠୀ, ସୁନିଲ୍ ସେଠୀ, ଇଶ୍ୱରୀ ମହାପାତ୍ର, ସୁନିତା ପରିଚ୍ଛା, ସନ୍ଧ୍ୟାରାଣୀ ବେହେରା, ଅନ୍ନପୂର୍ଣ୍ଣା ଭୋଇ, ମନ୍ଦିକାନୀ ପ୍ରଧାନ, କିରାଣୀ ଆଶାଲତା ପ୍ରଧାନ, କର୍ମଚାରୀ ପ୍ରଶାନ୍ତ କୁମାର ମୁନି ଓ ନୀଳମାଧବ ସ୍ୱାଇଁଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି, ପରିବେଶବିତ୍, ଗ୍ରାମବାସୀ ପ୍ରମୁଖ ଯୋଗଦେଇଥିବା ଲକ୍ଷ୍ୟ କରାଯାଇଥିଲା । ଏହି ଅବସରରେ ପରିବେଶକୁ ସବୁଜ ବନାନୀରେ ପରିଣତ କରିବା ନିମନ୍ତେ ଜଗଦଳପୁର ଉଚ୍ଚ ବିଦ୍ୟାଳୟ ଗୁଣ୍ଠପଡା ପରିସରରେ ବିଭିନ୍ନ କିସମର ଔଷଧିୟ ଓ ଛାୟା ପ୍ରଦାନକାରୀ ଚାରା ରୋପଣ କରାଯାଇଥିଲା ବେଳେ ପରିବେଶର ସୁରକ୍ଷା ଲାଗି ଅଧିକରୁ ଅଧିକ ଚାରା ରୋପଣ କରି ସେଗୁଡିକ ଯେପରି ବଞ୍ଚି ରହିପାରିବ ସେ ସଂକ୍ରାନ୍ତରେ ସଚେତନତା ସୃଷ୍ଟି କରାଯାଇଥିଲା । ଜଗଦଳପୁର ହାଇସ୍କୁଲ ଗୁଣ୍ଠପଡା ପକ୍ଷରୁ ପୂର୍ବବର୍ଷମାନଙ୍କ ଭଳି ଚଳିତବର୍ଷ ମଧ୍ୟ ଅନୁଷ୍ଠିତ ବନମହୋତ୍ସବ ସପ୍ତାହ ପାଳନ ଅବସରରେ ବିଭିନ୍ନ ପ୍ରତିଯୋଗିତାରେ କୃôତିତ୍ୱ ହାସଲ କରିଥିବା ବିଦ୍ୟାର୍ଥୀମାନଙ୍କୁ ସମ୍ମାନିତ କରାଯାଇଥିଲା ।


