ରାଜନୀତି ବିଜ୍ଞାନ +୩ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କୁ ସ୍ୱାଗତ
ପୋଲସରା, (ଅନୀଲ କୁମାର ମହାରଣା) : ଗଞ୍ଜାମ ଜିଲ୍ଲାର ପୋଲସରା ବିଜ୍ଞାନ ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗର ନବାଗତ +୩ ପ୍ରଥମ ବର୍ଷର ଛାତ୍ରଛାତ୍ରୀ ବୃନ୍ଦଙ୍କୁ ସ୍ଵାଗତ ପ୍ରଦାନ ପାଇଁ ଏକ ଉତ୍ସବ ଅଗଷ୍ଟ ୧୨ ତାରିଖ ଦିନ ଅନୁଷ୍ଠିତ ହୋଇଯାଇଅଛି। ମହାବିଦ୍ୟାଳୟର ପ୍ରିନ୍ସପାଲ ଡକ୍ଟର ଦିଲ୍ଲୀପ କୁମାର ନାୟକଙ୍କ ଅଧ୍ୟକ୍ଷତା ରେ ରାଜନୀତି ବିଜ୍ଞାନ ବିଭାଗର ଦ୍ଵିତୀୟ ଓ ତୃତୀୟ ବର୍ଷର ଛାତ୍ରଛାତ୍ରୀମାନଙ୍କ ଦ୍ବାରା ସ୍ଵାଗତ ସମାରୋହ ଅନୁଷ୍ଠିତ ହୋଇଥିଲା। ଅଧ୍ୟକ୍ଷ ଡକ୍ଟର ଦିଲ୍ଲୀପ କୁମାର ନାୟକ ଛାତ୍ରଛାତ୍ରୀମାନଙ୍କୁ ଉତ୍ତମ ଶୈକ୍ଷିକ ବାତାବରଣ ସୃଷ୍ଟି କରି ଶିକ୍ଷା ଗ୍ରହଣ କରିବାକୁ ପରାମର୍ଶ ଦେଇଥିଲେ। ପ୍ରଥମେ ସ୍ନାତକ ପ୍ରଥମ ବର୍ଷର ନବାଗତ ଛାତ୍ରଛାତ୍ରୀଙ୍କୁ ପୁଷ୍ପ ଓ ଚନ୍ଦନ ଦେଇ ସ୍ଵାଗତ କରାଯାଇଥିଲା। ବିଭାଗର ମୁଖ୍ୟ ଅଧ୍ୟାପକ କିଶୋର ଚନ୍ଦ୍ର ଜେନା ଛାତ୍ରଛାତ୍ରୀମାନଙ୍କୁ ଶୃଙ୍ଖଳିତ ଜୀବନ କିପରି ମହତ୍ତ୍ୱପୂର୍ଣ୍ଣ ତାହା ବର୍ଣ୍ଣନା କରିଥଲେ। ରାଜନୀତି ବିଜ୍ଞାନ ବିଭାଗର ଅଧ୍ୟାପକ ଅନିଲ କୁମାର ଦାସ ସଂଯୋଜନା କରିଥିଲେ। ଅଧ୍ୟାପିକା ଭାରତୀ ଗୌଡ଼ ଓ ଅଧ୍ୟାପକ ସୁଦୀପ୍ତ ପଟ୍ଟନାୟକ ଏହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ। ଶେଷରେ ଅଧ୍ୟାପକ ଅନିଲ କୁମାର ଦାସ ଧନ୍ୟବାଦ ଅର୍ପଣ କରିଥିଲେ।


