ଗଜପତିରୁ ୭୪ତମ ପୋଷ୍ୟସନ୍ତାନ ଗ୍ରହଣ କଲେ ପଶ୍ଚିମବଙ୍ଗର ଦମ୍ପତି

ପାରଳାଖେମୁଣ୍ଡି,  (ତାରିଣୀ ପ୍ରସାଦ ପଣ୍ଡା): ଆଜି ଗଜପତି ଜିଲ୍ଲାରୁ ୭୪ତମ ଶିଶୁଙ୍କୁ ଜିଲ୍ଲାପାଳ ଶ୍ରୀମତି ମଧୁମିତା ପୋଷ୍ୟ ସନ୍ତାନ ଭାବେ ପଶ୍ଚିମବଙ୍ଗ ରାଜ୍ୟର ଏକ ଦମ୍ପତିଙ୍କୁ ହସ୍ତାନ୍ତର କରିଛନ୍ତି। ଉକ୍ତ ଶିଶୁଙ୍କର ମାତା ଅବିବାହିତ ହୋଇଥିବାରୁ, ପ୍ରଶବ ପରେ ଶିଶୁଟିର ମାତା ଶିଶୁ ମଙ୍ଗଳ ସମିତିଙ୍କ ନିକଟରେ ସମର୍ପଣ କରିଦେଥିଇଲେ। ଏହା ପରେ ଶିଶୁ ମଙ୍ଗଳ ସମିତିଙ୍କ ନିର୍ଦ୍ଦେଶକ୍ରମେ ଶିଶୁଟିକୁ ଯତ୍ନ ଓ ସୁରକ୍ଷା ନିମନ୍ତେ ସ୍ଵତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର ନିଶାନ ଶାଲୋମ, ରାଣୀପେଟାଠାରେ ରଖାଯାଇଥିଲା।  ପରବର୍ତ୍ତି ମୁହୁର୍ତ୍ତରେ ଶିଶୁ ମଙ୍ଗଳ ସମିତି, ଗଜପତି ଶିଶୁଟିକୁ ଆଇନତଃ ମୁକ୍ତ ଭାବେ ଘୋଷଣା କରିଥିଲେ ଏବଂ ଏହାପରେ ଶିଶୁଟିର ତଥ୍ୟ କେନ୍ଦ୍ରୀୟ ପୋଷ୍ୟ ସନ୍ତାନ ଗ୍ରହଣ ପୋର୍ଟାଲ୍ ରେ ଅପଲୋଡ଼୍ କରାଯାଇଥିଲା, ଯାହାଦ୍ୱାରା ଶିଶୁଟି ପୋଷ୍ୟ ସନ୍ତାନ ଭାବେ ଯେକୌଣସି ଦମ୍ପତ୍ତିଙ୍କ ପାଖକୁ ଯାଇପାରିବ, ତାହା ସମସ୍ତଙ୍କୁ ପୋର୍ଟାଲ୍ ମାଧ୍ୟମରେ ଜଣାଇ ଦିଆଯାଇଥିଲା।  ପୋଷ୍ୟସନ୍ତାନ ଗ୍ରହଣ ନିମନ୍ତେ ପ୍ରାୟ ୪ ବର୍ଷରୁ ଉର୍ଦ୍ଧ ସମୟ ଧରି ଅନଲାଇନ୍ ମାଧ୍ୟମରେ ଦରଖାସ୍ତ ଦେଇ ଅପେକ୍ଷା କରି ରହିଥିବା ଉକ୍ତ ଦମ୍ପତିଙ୍କୁ କେନ୍ଦ୍ରୀୟ ପୋଷ୍ୟ ସନ୍ତାନ ସମ୍ବଳ କେନ୍ଦ୍ର ଅନୁମୋଦନ କରିଥିଲେ। ଉପରୋକ୍ତ ଦମ୍ପତ୍ତି ଶାରିରୀକ ସ୍ତରରେ ଶିଶୁଟିକୁ ପସନ୍ଦ କରି ନେବାପାଇଁ ସ୍ଥିର କରିଥିଲେ। ତାପରେ ଆବଶ୍ୟକ ହେଉଥିବା ଦସ୍ତାବିଜ ସ୍ଵତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର ଏବଂ ଜିଲ୍ଲା ଶିଶୁ ସୁରକ୍ଷା କାର୍ଯ୍ୟାଳୟ, ଗଜପତି ପ୍ରସ୍ତୁତ କରିଥିଲେ । ସମସ୍ତ ଦସ୍ତାବିଜକୁ ଜିଲ୍ଲାପାଳ ଯାଞ୍ଚ କରିବା ପରେ ଆଜି ଶିଶୁଟିକୁ ଉକ୍ତ ଦମ୍ପତିଙ୍କୁ ହସ୍ତାନ୍ତର କରିଥିଲେ। ଶିଶୁଟିର ବୟସ ପ୍ରାୟ ୩ ମାସ, ଶିଶୁକନ୍ୟା ହୋଇଥିବାବେଳେ, ଶିଶୁଟିକୁ ପାଇ ଉକ୍ତ ଦମ୍ପତି ବେଶ ଖୁସି ଥିବା ଲକ୍ଷ୍ୟ କରାଯାଇଥିଲା। ହସ୍ତାନ୍ତର ସମୟରେ ବନଖଣ୍ଡ ଅଧିକାରୀ ଶ୍ରୀଯୁକ୍ତ କେ. ନାଗାରାଜୁ (ଭା.ବ.ସେ.), ଶିଶୁ ମଙ୍ଗଳ ସମିତି ଅଧ୍ୟକ୍ଷ ଶ୍ରୀଯୁକ୍ତ ଅଶ୍ଵିନୀ କୁମାର ମହାପାତ୍ର, ଶିଶୁ ମଙ୍ଗଳ ସମିତି ସଦସ୍ୟା ଶ୍ରୀମତୀ ମମତା ଶତପଥି, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀଯୁକ୍ତ ଅରୁଣ କୁମାର ତ୍ରିପାଠୀ ଏବଂ ସ୍ଵତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ସମସ୍ତ କର୍ମକର୍ତ୍ତା ଉପସ୍ଥିତ ରହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।
Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ