ଆୟୁଷ୍ମାନ୍ ଆରୋଗ୍ୟ ମନ୍ଦିରରେ ବିଶ୍ୱ ଫୁସ୍ଫୁସ୍ କର୍କଟ ଦିବସ
ଆସିକା (ୱାଇଏନ୍ଏସ୍) : ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଏବଂ ଜାତୀୟ ସ୍ୱାସ୍ଥ୍ୟ ମିଶନ୍ ଓ ଆସିକା ଉପଖଣ୍ଡ ଚିକିତ୍ସାଳୟର ପ୍ରତ୍ୟେକ୍ଷ ତତ୍ତ୍ୱାବଧାନରେ ହାଟପଦା ଛକ ନିକଟରେ ପରିଚାଳିତ ହୋଇଆସୁଥିବା ସହରାଞ୍ଚଳ ଆୟୁଷ୍ମାନ୍ ଆରୋଗ୍ୟ ମନ୍ଦିରରେ ଶନିବାର ବିଶ୍ୱ ଫୁସ୍ଫୁସ୍ କର୍କଟ ଦିବସ ପାଳିତ ହୋଇଯାଇଛି । ଆସିକା ଉପଖଣ୍ଡ ଚିକିତ୍ସାଳୟର ଅଧୀକ୍ଷକ ଡାକ୍ତର ବାଲ୍ଗୋପାଳ ବେହେରାଙ୍କ ପରାମର୍ଶକ୍ରମେ ସହରାଞ୍ଚଳ ଆୟୁଷ୍ମାନ୍ ଆରୋଗ୍ୟ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଥିବା ବିଶ୍ୱ ଫୁସ୍ଫୁସ୍ କର୍କଟ ଦିବସ ପାଳନ କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟକେନ୍ଦ୍ରର ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ଭାଗବତ ପ୍ରସାଦ ବିଷୋୟୀ ଯୋଗଦେଇ ଏହି ରୋଗର କାରଣ, ଲକ୍ଷ୍ୟଣ, ନିରାକରଣ ଓ ସୁସ୍ଥତା ପାଇଁ ଆବଶ୍ୟକୀୟ ପଦକ୍ଷେପ ଉପରେ ମାର୍ଗଦର୍ଶନ କରିିବା ସାଙ୍ଗକୁ ଧୁମପାନ କରୁଥିବା ବ୍ୟକ୍ତି ଫୁସ୍ଫୁସ୍ କର୍କଟରେ ଶୀକାର ହେବାର ଯଥେଷ୍ଟ ସମ୍ଭାବନା ଥାଏ । ତେଣୁ ସଦାସର୍ବଦା ଧୁମପାନ ଠାରୁ ଦୂରେଇ ରହିବାକୁ ଆହ୍ୱାନ କରିଥିବା ଦେଖିବାକୁ ମିଳିଥିଲା । ବିଶ୍ୱ ଫୁସ୍ଫୁସ୍ କର୍କଟ ଦିବସ ପାଳନ ଅବସରରେ ଆସିକା ସହରାଞ୍ଚଳ ଆୟୁଷ୍ମାନ୍ ଆରୋଗ୍ୟ ମନ୍ଦିର ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମକୁ ସୁପରିଚାଳନା କରିବା ଦିଗରେ ସ୍ୱାସ୍ଥ୍ୟକେନ୍ଦ୍ରର ଫାର୍ମାସିଷ୍ଟ ରୀନା କୁମାରୀ ପ୍ରଧାନ, ଷ୍ଟାଫ୍ ନର୍ସ ଅର୍ଚ୍ଚନା ମହାନ୍ତି, ସହାୟକ ସମୀର କୁମାର ପଟ୍ଟନାୟକ, ଜଗନ୍ନାଥ ମିଶ୍ର, ନିରାପତ୍ତାରକ୍ଷୀ ବିପିନ୍ ନାହାକ ପ୍ରମୁଖ ସହଯୋଗ କରିଥିଲା ବେଳେ ବହୁ ସଚେତନ ନାଗରିକ ଉପସ୍ଥିତ ଥିବା ଲକ୍ଷ୍ୟ କରାଯାଇଥିଲା ।


