ବିଶ୍ୱ ମ୍ୟାଲେରିଆ ଦିବସ ପାଳିତ
ଆସିକା (ୱାଇଏନ୍ଏସ୍) :ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଏବଂ ଆସିକା ଉପଖଣ୍ଡ ଚିକିତ୍ସାଳୟର ପ୍ରତ୍ୟେକ୍ଷ ତତ୍ତ୍ୱାବଧାନରେ ହାଟପଦା ଛକ ନିକଟରେ ପରିଚାଳିତ ହୋଇଆସୁଥିବା ସହରାଞ୍ଚଳ ଆୟୁଷ୍ମାନ୍ ଆରୋଗ୍ୟ ମନ୍ଦିରରେ ବିଶ୍ୱ ମ୍ୟାଲେରିଆ ଦିବସ ପାଳିତ ହୋଇଯାଇଛି । ଆସିକା ଉପଖଣ୍ଡ ଚିକିତ୍ସାଳୟର ଅଧୀକ୍ଷକ ଡାକ୍ତର ବାଲ୍ଗୋପାଳ ବେହେରାଙ୍କ ପରାମର୍ଶକ୍ରମେ ସହରାଞ୍ଚଳ ଆୟୁଷ୍ମାନ୍ ଆରୋଗ୍ୟ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଥିବା ବିଶ୍ୱ ମ୍ୟାଲେରିଆ ଦିବସ ପାଳନ କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟକେନ୍ଦ୍ରର ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ଭାଗବତ ପ୍ରସାଦ ବିଷୋୟୀ ଯୋଗଦେଇ ମ୍ୟାଲେରିଆ ରୋଗର କାରଣ ଓ ଚିକିତ୍ସା ଏବଂ ନିରାକରଣ ସଂପର୍କରେ ବହୁ ଉପାଦେୟ ତଥା ଶିକ୍ଷଣୀୟ ପରାମର୍ଶ ପ୍ରଦାନ କରିବା ସାଙ୍ଗକୁ ମ୍ୟାଲେରିଆର ନିରାକରଣ ପାଇଁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ନିଆଯାଉଥିବା ବିଭିନ୍ନ ସୁବିଧା ସୁଯୋଗ ଉପରେ ଆଲୋକପାତ କରିବା ସାଙ୍ଗକୁ ଜ୍ୱର ହେଲେ ଅତିଶୀଘ୍ର ସରକାରୀ ସ୍ୱାସ୍ଥ୍ୟକେନ୍ଦ୍ର କିମ୍ବା ଆୟୁଷ୍ମାନ୍ ଆରୋଗ୍ୟ ମନ୍ଦିରରେ ରକ୍ତ ପରୀକ୍ଷା କରିବା ସହ ଯଦି ମ୍ୟାଲେରିଆ ଲକ୍ଷ୍ୟଣ ଜଣାପଡେ ସୁସ୍ଥ ହେବା ପାଇଁ ପୂର୍ଣ୍ଣମାତ୍ରାରେ ଔଷଧ ଖାଇବାକୁ ସଚେତନତାର ବାର୍ତ୍ତା ପ୍ରଦାନ କରିଥିଲେ । ବିଶ୍ୱ ମ୍ୟାଲେରିଆ ଦିବସ ପାଳନ ଅବସରରେ ଆସିକା ସହରାଞ୍ଚଳ ଆୟୁଷ୍ମାନ୍ ଆରୋଗ୍ୟ ମନ୍ଦିର ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମକୁ ସୁପରିଚାଳନା କରିବା ଦିଗରେ ସ୍ୱାସ୍ଥ୍ୟକେନ୍ଦ୍ରର ଫାର୍ମାସିଷ୍ଟ ରୀନା କୁମାରୀ ପ୍ରଧାନ, ଚକ୍ଷୁ ପରୀକ୍ଷକ ଦୀପ୍ତିମୟୀ ଦଳେଇ, ଷ୍ଟାଫ୍ ନର୍ସ ଅର୍ଚ୍ଚନା ମହାନ୍ତି, ସହାୟକ ସମୀର କୁମାର ପଟ୍ଟନାୟକ, ଜଗନ୍ନାଥ ମିଶ୍ର, ନିରାପତ୍ତାରକ୍ଷୀ ବିପିନ୍ ନାହାକ ପ୍ରମୁଖ ସହଯୋଗ କରିଥିଲା ବେଳେ ବହୁ ସଚେତନ ନାଗରିକ ଉପସ୍ଥିତ ଥିବା ଲକ୍ଷ୍ୟ କରାଯାଇଥିଲା ।


