କୋଣାର୍କ ଠାରେ ବିଶ୍ବ ପର୍ଯ୍ୟଟନ ଦିବସ ପାଳିତ

କୋଣାର୍କ (ଗଣେଶ ଚନ୍ଦ୍ର ବେହେରା) :ବିଶ୍ବ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ କୋଣାର୍କ ସୂର୍ଯ୍ୟ ମନ୍ଦିର ପରିସରରେ କୋଣାର୍କ ପର୍ଯ୍ୟଟନ କାର୍ଯ୍ୟାଳୟ ପକ୍ଷରୁ ବିଶ୍ବ ପର୍ଯ୍ଯଟନ ଦିବସ ପାଳିତ ହୋଇଯାଇଛି। କୋଣାର୍କ ପର୍ଯ୍ୟଟନ ଅଧିକାରୀ ଅମିୟ କୁମାର ସେଠୀଙ୍କ ପ୍ରତ୍ଯକ୍ଷ ତତ୍ବାବଧାନରେ ଅନୁଷ୍ଠିତ ପର୍ଯ୍ୟଟନ ଦିବସ ସମାରୋହରେ କୋଣାର୍କ ଅଞ୍ଚଳର ଅଗ୍ରଣୀ ଶିକ୍ଷାନୁଷ୍ଠାନ ଜାଭିୟର କଲେଜ ଅଫ ହୋଟେଲ ମ୍ୟାନେଜମେଣ୍ଟର ଛାତ୍ର ଛାତ୍ରୀ ଓ ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ଦ୍ଵାରା ପରିଚାଳିତ ସରକାରୀ ଉଚ୍ଚ ବିଦ୍ୟାଳୟର ଛାତ୍ରଛାତ୍ରୀ ଆର୍ତ୍ତତ୍ରାଣ କାର୍ତ୍ତିକଶ୍ବର ଵିଦ୍ୟାପୀଠ ନୂଆଗାଁ ର ଛାତ ଛାତ୍ରୀ ମାନଙ୍କୁ ନେଇ ସୂର୍ଯ୍ୟ ମନ୍ଦିର ସଂଲଗ୍ନ ଅଂଚଳରେ ସଫେଇ କାର୍ଯ୍ୟକ୍ରମ ଓ ପର୍ଯ୍ୟଟନ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା। ଅତିଥି ଦେବ ଭବୋ ନାରାରେ ସୂର୍ଯ୍ୟ ମନ୍ଦିର ମୁଖ୍ୟ ଫାଟକ ସମ୍ମୁଖରେ ମନ୍ଦିର ପରିଦର୍ଶନରେ ଆସିଥିବା ପର୍ଯ୍ୟଟକ ମାନଙ୍କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ସହ ଫୁଲ ଚନ୍ଦନ ଅର୍ପଣ କରାଯାଇ ଆତିଥେୟତା ପ୍ରଦାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଆର୍ତ୍ତତ୍ରାଣ କାର୍ତ୍ତିକେଶ୍ଵର ବିଦ୍ୟାପୀଠର ପ୍ରଧାନ ଶିକ୍ଷକ ରାମକୃଷ୍ଣ ମହାନ୍ତି, ସରକାରୀ ଉଚ୍ଚ ବିଦ୍ୟାଳୟର ବରିଷ୍ଠ କ୍ରୀଡା ଶିକ୍ଷକ ଅଭୟମଲ୍ଲ ଓ ଶିକ୍ଷକ ଭାଗୀରଥୀ ପାଇକରାୟ ପ୍ରମୁଖ ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ୨୦୦ରୁ ଊର୍ଦ୍ଧ୍ବ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ। ଏହି କାର୍ଯ୍ୟକ୍ରମକୁ କୋଣାର୍କ ପର୍ଯ୍ୟଟନ କାର୍ଯ୍ୟାଳୟର ପଦ୍ମ ଚରଣ ପାତ୍ରଙ୍କ ସମେତ କର୍ମଚାରୀ ମାନେ ପରିଚାଳନା କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ