ବିଶ୍ୱ ଯୁବ ଦକ୍ଷତା ଦିବସ
କେନ୍ଦୁଝର (ପୂର୍ଣ୍ଣଚନ୍ଦ୍ର ମହାନ୍ତ): କେନ୍ଦୁଝର ସ୍ଥିତ ଖଣିଜ ଯାନ୍ତ୍ରିକ ବିଦ୍ୟାଳୟ ପରିସରରେ ଥିବା ସେଣ୍ଟ୍ରାଲ ଟୁଲ ରୁମ ଟ୍ରେନିଂ ସେଣ୍ଟରଠାରେ ବିଶ୍ୱ ଯୁବ ଦିବସ ପାଳିତ ହୋଇଯାଇଛି। କେନ୍ଦୁଝରଗଡ଼ ପୌରାଧ୍ୟକ୍ଷା ଶ୍ରୀମତୀ ନିକୁ ସାହୁ ମୁଖ୍ୟ ଅତିଥି ଭାବେ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲା ବେଳେ ସମ୍ମାନନୀୟ ଅତିଥି ଭାବେ ଖଣି ଯାନ୍ତ୍ରିକ ବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀ ମନ୍ମଥ ମାଝୀ ଯୋଗ ଦେଇ ଛାତ୍ରଛାତ୍ରୀ ମାନଙ୍କୁ ପ୍ରେରଣା ଯୋଗାଇଥିଲେ। ଜିଲ୍ଲା ଦକ୍ଷତା ବିକାଶ ତଥା ନିୟୋଜନ ଅଧିକାରୀ ଶ୍ରୀ ଗଣେଶ୍ୱର ନାଏକ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ସିଟିଟିସି ପରିଚାଳକ ପବିତ୍ର ମୋହନ ବେହେରା ସହଯୋଗ କରିଥିଲେ।