ଯୁବକଙ୍କ ଆତ୍ମହତ୍ୟା : ମୃତଦେହ ଜବତ

ଦିଗପହଣ୍ଡି,(ଅଳକ ନାଥ ମିଶ୍ର): ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗର ର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ଜଣାପଡିଛି ।  ସୁନୀଲ କୈାଣସି କାମଧନ୍ଦା ନ କରି ବେକାର ଥିଲେ। ଏଥି ଯୋଗୁଁ ସେ ମାନସିକ ସ୍ଥିତି ହରାଇ ଘରେ ଏକ ରଶି ବେକରେ ଗୁଡ଼ାଇ ଝୁଲି ପଡ଼ିଥିଲେ । ଖବରପାଇ ଦିଗପହଣ୍ଡି ଥାନା ଏସ.ଆଇ ସୋଫିଆ ମିଶ୍ର ସଦଳବଳେ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ଥାନା ଅପମୃତ୍ୟୁ ମାମଲା ନଂ. ୪୮/୨୫ ଅନୁଯାୟୀ  ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନା କୁ ପଠାଇଥିଲେ। ବ୍ୟବଚ୍ଛେଦ ପରେ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବା ପରେ ଅପରାହ୍ନରେ ଶୋକାକୁଳ ପରିବେଶ ମଧ୍ୟରେ ଗାଁ ଶ୍ମଶାନରେ  ତାଙ୍କ ଶେଷକୃତ୍ୟ କରାଯାଇଛି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ