ଟ୍ରାକ୍ଟର ମାଡ଼ିଯିବାରୁ ଯୁବକଙ୍କ ମୃତ୍ୟୁ ଘଟଣା : ରିଲିଫ ପାଣ୍ଠି ରୁ ୪ ଲକ୍ଷ ଟଙ୍କା ଅନୁକମ୍ପା ରାଶି ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

 ଦିଗପହଣ୍ଡି,(ଅଳକ ନାଥ ମିଶ୍ର)  : ଦିଗପହଣ୍ଡି ହସ୍ପିଟାଲ ଛକ ମୁଖ୍ୟରାସ୍ତା ରେ ମଙ୍ଗଳବାର ପୂର୍ବାହ୍ନ  ପ୍ରାୟ ୧୦ ଟାରେ ଏକ ବାଲି ବୋଝେଇ ଟ୍ରାକ୍ଟର ମାଡ଼ି ଯିବାରୁ ଦିଗପହଣ୍ଡି ସାହାଣୀ ସାହିର  ଚନ୍ଦନ ଦାସ ଓରଫ ବୁଡୁ(୪୦) ନାମକ ଜଣେ ଯୁବକ ମୃତ୍ୟୁବରଣ କରିଥିଲେ। ଏନେଇ ଦିଗପହଣ୍ଡି ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଙ୍କ ଦୃଷ୍ଟି ଆକର୍ଷଣ କରିବା ପରେ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ରୁ ମୃତକ ଙ୍କ ବାପା ଅଭି ଦାସ ଙ୍କୁ ୪ ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ଅର୍ଥରାଶି ପ୍ରଦାନ କରିଥିବା ଜଣାପଡିଛି। ସେହିପରି ଗଞ୍ଜାମ ଜିଲ୍ଲାପାଳ ଭି. କୀର୍ତ୍ତି ଭାସନ୍ ଙ୍କ ସୁପାରିଶ କ୍ରମେ ଦିଗପହଣ୍ଡି ତହସିଲଦାର ସନ୍ତୋଷ କୁମାର ସାହୁ ମୃତକ ଙ୍କ ପରିବାର ଲୋକଙ୍କୁ ଭେଟି ରେଡକ୍ରସ ପାଣ୍ଠି ରୁ ୩୦ ହଜାର ଟଙ୍କା ଅନୁକମ୍ପା ମୂଳକ ସହାୟତା ରାଶି ପ୍ରଦାନ କରିଥିବା କହିଛନ୍ତି।
Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ