ବିଦ୍ୟୁତ ସଂସ୍ପର୍ଶରେ ଯୁବକ ମୃତ

ଦିଗପହଣ୍ଡି,(ଅଳକ ନାଥ ମିଶ୍ର)  ଦିଗପହଣ୍ଡି ଥାନା ନୂଆ ଅନ୍ତେଇ ଗ୍ରାମରେ ଜଣେ ଯୁବକ ବିଦ୍ୟୁତ ସଂସ୍ପର୍ଶରେ ମୃତ୍ୟୁବରଣ କରିଥିବା ଜଣାପଡିଛି । ମୃତକ ଜଣକ ହେଲେ ଗ୍ରାମର କାହ୍ନା ସେଠୀ (୧୮) । କାହ୍ନା  ସୋମବାର ରାତି ପ୍ରାୟ ୧୧ ଟାରେ  ଗ୍ରାମରେ ଥିବା ଅଙ୍ଗନୱାଡ଼ି କେନ୍ଦ୍ର ନିକଟରେ ବସି ନିଜ ମୋବାଇଲରେ ଗେମ୍ ଖେଳୁଥିବା ବେଳେ ଅସାବଧାନତା କାରଣରୁ  ସେଠାରେ ଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଗୁରୁତର ହୋଇଥିଲେ । ଖବରପାଇ ପରିବାର ଲୋକେ ଘଟଣାସ୍ଥଳରେ ପହଞ୍ଚି ଗୁରୁତର ଅବସ୍ଥାରେ କାହ୍ନାକୁ ବ୍ରହ୍ମପୁର ବଡ ମେଡ଼ିକାଲ ନେଇଥିଲେ ।  ସେଠାରେ ଉପସ୍ଥିତ ଡାକ୍ତର କାହ୍ନାଙ୍କ ମୃତ୍ୟୁ ହୋଇଥିବା ପରିବାର ଲୋକଙ୍କୁ କହିଥିଲେ । ଖବରପାଇ ଦିଗପହଣ୍ଡି ପୋଲିସ ମେଡିକାଲରେ ପହଞ୍ଚି ମୃତଦେହ ଜବତ କରି ଥାନା ଅପମୃତ୍ୟୁ ମାମଲା ନଂ ୩୩/୨୫ ପ୍ରକାରେ ମକଦ୍ଦମା ରୁଜୁ କରିଥିଲେ ।  ମଙ୍ଗଳବାର ସକାଳେ ବ୍ୟବଚ୍ଛେଦ ପରେ ମୃତଦେହ କୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିବା ବେଳେ ଅପରାହ୍ନରେ ଶୋକାକୁଳ ପରିବେଶରେ ଗାଁ ଶ୍ମଶାନରେ ତାଙ୍କ ଅନ୍ତିମ ସତ୍କାର କରାଯାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ